ଗ୍ରାମସଭାରେ ଉତ୍ତେଜନା: ବିରୋଧୀଙ୍କ ମାଡ଼ରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଆହତ

ସାକ୍ଷୀଗୋପାଳ,୨୫।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ସାଣ୍ଢରା ଶାସନ ପଞ୍ଚାୟତରେ ଗ୍ରାମସଭା ଚାଲିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମୀଣ ଆବାସ ଯୋଜନା ହିତାଧିକାରୀଙ୍କ ତାଲିକାକୁ ନେଇ କିଛି ଗ୍ରାମବାସୀ ପ୍ରତିବାଦ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ହୋହଲ୍ଲା ଓ ଧସ୍ତାଧସ୍ତି ଆରମ୍ଭ ହୋଇଥିଲା। ବିଜୟ ନାୟକ ଓ ଅନ୍ୟ କେତେକ ଯୁବକ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ବିକ୍ରମ ଜେନାଙ୍କୁ ମାଡ଼ ମାରିଥିଲେ। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତାଙ୍କ ମୁହଁ, ଆଖିପତାରେ ଆଘାତ ଲାଗିଥିବାରୁ ସେ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ପଞ୍ଚାୟତରେ ଗ୍ରାମସଭା ଅଧାରୁ ବନ୍ଦ ରହିଥିଲା। ପରେ ଚଞ୍ଚକତା କରି ଗ୍ରାମସଭା କରାଯାଇଛି ବୋଲି ଦର୍ଶାଇ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ଚୟନ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏଣୁ ପୁଣି ଗ୍ରାମସଭା ୨୪ ତାରିଖରେ କରାଯିବା ପାଇଁ ସ୍ଥିର କରାଯାଇଥିଲା। ସଭାରେ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନିଲ ପଣ୍ଡା, ବିଡିଓ ଲୋଚନ ଦାସଙ୍କ ସମେତ ବିଭାଗୀୟ ଅଧିକାରୀ, ପଞ୍ଚାୟତ ପ୍ରତିନିଧି ଓ ପୋଲିସ କର୍ମଚାରୀ ଉପସ୍ଥିତ ରହିଥିଲେ। ହେଲେ ସଭା ଆରମ୍ଭରୁ ଉତ୍ତେଜନା ଲାଗି ରହିବାରୁ ବିଡିଓ ଗ୍ରାମବାସୀଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ମାତ୍ର ପରିସ୍ଥିତି ନିୟନ୍ତ୍ରଣ କରିବା ଅସମ୍ଭବ ହେବାରୁ ସଭା ସ୍ଥଗିତ ରଖାଯାଇଛି। ଏହି ଘଟଣାକୁ ନେଇ ସତ୍ୟବାଦୀ ଥାନାରେ ଦୁଇଟି ଅଭିଯୋଗ ହୋଇଛି। ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri