Posted inଜାତୀୟ

କାନପୁରରେ ହିଂସା: ୬ ଆହତ

କାନପୁର୍‌,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍‌ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ ମୁସଲମାନ ସଂଗଠନ ଉତ୍ତରପ୍ରଦେଶ କାନପୁରସ୍ଥିତ ପରେଡ୍‌ ମାର୍କେଟ ବନ୍ଦ ଡାକରା ଦେଇଥିଲା। ଏହାକୁ ଅନ୍ୟ ଏକ ଗୋଷ୍ଠୀ ବିରୋଧ କରିବାରୁ ପରେଡ୍‌ ଚୌକରେ ଗୋଷ୍ଠୀସଂଘର୍ଷ ଘଟି ୬ ଜଣ ଆହତ ହୋଇଛନ୍ତି। ପୋଲିସ ୧୬ ଜଣଙ୍କୁ ଗିରଫ କରିଛି। ଶୁକ୍ରବାର ନମାଜପାଠ ପରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ବଜାର ବନ୍ଦ କରିବାକୁ ଆସିବାରୁ ସଂଘର୍ଷର ସୂତ୍ରପାତ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ଲାଠିଚାଳନା କରିଥିଲା। ଉତ୍ତେଜନା ଲାଗିରହିଥିବାରୁ ସେଠାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଟିଭି ବିତର୍କରେ ବିବାଦୀୟ ମନ୍ତବ୍ୟ ଦେଇ ମୁସଲମାନଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବାରୁ ନୁପୂରଙ୍କ ବିରୋଧରେ ମହାରାଷ୍ଟ୍ରର ଠାଣେ ଓ ଦକ୍ଷିଣ ମୁମ୍ବାଇରେ ଦୁଇଟି ମାମଲା ରୁଜୁ ହୋଇଛି। ଜ୍ଞାନବାପି ମସ୍‌ଜିଦ ବିବାଦକୁ ନେଇ ଏକ ଟିଭି ବିତର୍କ କାର୍ଯ୍ୟକ୍ରମରେ ନୁପୂର କହିଥିଲେ, ଜ୍ଞାନବାପି ମସ୍‌ଜିଦ ପରିସରରୁ ଶିବଲିଙ୍ଗ ମିଳିଥିଲେ ହେଁ ମୁସଲମାନ ସମ୍ପ୍ରଦାୟ ଏହାକୁ ଏକ ଝରଣା କହି ହିନ୍ଦୁ ବିଶ୍ୱାସକୁ ପରିହାସ କରୁଛନ୍ତି। ମୁସଲମାନ ଧର୍ମଗ୍ରନ୍ଥର କେତେକ ଉକ୍ତିକୁ ନେଇ ଲୋକେ ମଜା କରିପାରନ୍ତି। ନୁପୂରଙ୍କ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଉତ୍ତେଜନା ଦେଖାଦେବା ସହ ତାଙ୍କୁ ବଳାତ୍କାର ଧମକ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri