ଭୋଟ ଗଣନା ପରେ ଉତ୍ତରପ୍ରଦେଶରେ ହିଂସା ଆଶଙ୍କା, ଆଇବି ପକ୍ଷରୁ ସତର୍କ ସୂଚନା…

ଲକ୍ଷ୍ନୌ,୧୦।୩ : ଆଇବି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଏକ ରିପୋର୍ଟ ପଠାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ଉତ୍ତରପ୍ରଦେଶରେ ଭୋଟ ଗଣନା ପରେ ୧୫ ରୁ ୧୭ ଟି ଜିଲାରେ ହିଂସାକାଣ୍ଡ ଘଟିବାର ଆଶଙ୍କା ରହିଛି। ଆଇବି କହିଛି ଯେ ହାରୁଥିବା ପ୍ରାର୍ଥୀଙ୍କ ସମର୍ଥକମାନେ ଗୁଜବ ପ୍ରଚାର କରି ଶ୍ରମିକମାନଙ୍କୁ ମାଡ଼ ମାରିବା, ଭଙ୍ଗାରୁଜା କରିବା ସହିତ ଉସୁକାଇ ହିଂସାକାଣ୍ଡ ଭିଆଇବାର କରିବା ଆଶଙ୍କା ଅଛି।

ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ଗଣନା କେନ୍ଦ୍ର ବାହାରେ ଲୋକଙ୍କ ସମାବେଶକୁ ନିର୍ବାଚନ ଆୟୋଗ ଗୁରୁତର ସହ ନେଇଛନ୍ତି। ମୁଖ୍ୟ ଶାସନ ସଚିବ ଡିଜିପି, ରାଜ୍ୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଗୃହ) ଙ୍କ ସହ କଥା ହେବା ପରେ ନିର୍ବାଚନ କମିଶନ ଆବଶ୍ୟକ ନିର୍ଦ୍ଦେଶନାମା ଦେଇଛନ୍ତି। ଏହା ସହିତ ସମ୍ବେଦନଶୀଳ ଜିଲାମାନଙ୍କରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ରିପୋର୍ଟରେ ମୋରାଦାବାଦ, ସମ୍ଭଲ, ସାହାରନପୁର, ବିଜନୋର, ମିରଠ, ଲଖିମପୁର-ଖେରୀ, ଅଯୋଧ୍ୟା ଆଜମଗଡ, ଜୈନପୁର, କାନପୁର ଆଦି ଜିଲାରେ ହିଂସାକାଣ୍ଡ ହେବାର ଆଶଙ୍କା ରହିଥିବା ଉଲ୍ଲେଖ କରାଯାଇଛି। ନିର୍ବାଚନ ଆୟୋଗ ଏହି ସବୁ ଜିଲାର ପୋଲିସ ଏବଂ ପ୍ରଶାସନକୁ ପ୍ରସ୍ତୁତ ହେବାକୁ କହିଛନ୍ତି।

ଏଡିଜି ଆଇନ ଏବଂ ନିର୍ଦ୍ଦେଶ ପ୍ରଶାନ୍ତ କୁମାର କହିଛନ୍ତି ଯେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ଗଣନା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୭୦ ହଜାର ସିଭିଲ ପୋଲିସ, ୨୪୫ କମ୍ପାନୀ ପାରାମିଲିଟାରୀ ଫୋର୍ସ, ୬୯ କମ୍ପାନୀ ପିଏସ୍‌ଇଙ୍କୁ ମୁତୟନ କରାଯାଇଛି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଭିଡିଓଗ୍ରାଫି ଏବଂ ଫଟୋଗ୍ରାଫି କରାଯିବ। ସମସ୍ତ ଜିଲାରେ ୧୪୪ ଧାରା ଲାଗୁ ହୋଇଥିବା ସେ ସୂଚନା ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri