ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି ମାଡ଼ରେ ଜଣେ ଆହତ ହୋଇଥିବା ବେଳେ ପ୍ରତି ଆକ୍ରମଣରେ ଅଭିଯୁକ୍ତ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ଆହତମାନେ ହେଲେ ଗୋବର୍ଦ୍ଧନ ପାଣ୍ଡେ(୩୮) ଏବଂ ଗୋଡଭଗା ନିବାସୀ ପିକୁଲ ଦାଶ(୩୫)। ଏନେଇ ଅତାବିରା ଥାନା ପୋଲିସ ଏକ ମାମଲା(ନଂ.୧୩୨/୨୨୦୨୬) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଗୋଡଭଗା କ୍ୟାମ୍ପରୁ ଗୋଡଭଗା ଗ୍ରାମକୁ ସଂଯୋଗ କରୁଥିବା ପୁରୁଣା ରାସ୍ତା ପାର୍ଶ୍ୱ ଏକ କୁକୁଡା ଦୋକାନରେ ଭୁଜାଲି ମାଡ଼ ହୋଇଛି। ସେମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ଭୀମସାର୍‌ ଡାକ୍ତରଖାନାକୁ ପଠାଯାଇଥିଲା। ତେବେ ଚିକିତ୍ସା ପରେ ଜଣେ ଗୁରୁବାର ଘରକୁ ଫେରିଥିବା ସୂଚନା ମିଳିଛି। ଏ ନେଇ ଗୋବର୍ଦ୍ଧନ ଏତଲା ଦେଇଥିବା ବେଳେ ପ୍ରତିପକ୍ଷରୁ ଏପର୍ଯ୍ୟନ୍ତ ଏତଲା ହୋଇ ନ ଥିବା ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି।

ଖବର ନେବାରେ ଜଣାପଡିଛି ଯେ ପ୍ରତିପକ୍ଷ ପିକୁଲ ଚିକିତ୍ସା ପାଇଁ ଅନ୍ୟ ହସ୍ପିଟାଲକୁ ସ୍ଥାନସ୍ତାରିତ ହୋଇଛନ୍ତି। ଅନ୍ୟପକ୍ଷେ ଘଟଣାଟି ଗୋଡଭଗା ଫାଣ୍ଡିଠାରୁ ଅନତିଦୂରରେ ହୋଇଛି। ଏପରିକି ଘଟଣାସ୍ଥଳରେ ଅବାଧ ନିଶା କାରବାର ଚାଲୁଥିଲେ ସୁଦ୍ଧା ସେଥିପ୍ରତି ପୋଲିସ ଆଖିବୁଜି ଦେଇଥିବା ଯୋଗୁ ଦିନ ଦ୍ବିପ୍ରହରରେ ଏଭଳି ଅପରାଧ ଘଟୁଥିବା ସାଧାରଣରେ ଅଭିଯୋଗ ହୋଇଛି।

ପ୍ରକାଶ ଥାଉକି, ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନାହିଁ। ଗତ କିଛିଦିନ ତଳେ ଜିଲାର ସଦର ମହକୁମାର ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ବର୍ତ୍ତମାନ ଜିଲାର ଗ୍ରାମାଞ୍ଚଳରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଥିବା ପରିଲକ୍ଷିତ ହୋଇଛି। ଏଥିପ୍ରତି ପୋଲିସ ପ୍ରଶାସନ ଦୃଷ୍ଟି ଦେଇ ନିଶା କାରବାର ଦମନ କରି ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri