Posted inଜାତୀୟ

ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ସଂଘର୍ଷ: ୮ଆହତ, ୧୪୪ଧାରା ଲାଗୁ

ମୁମ୍ବାଇ,୧୪।୫:ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ମହାରାଷ୍ଟ୍ରର ଅକୋଲା ଜିଲାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ଓ ପଥର ମାଡ ହୋଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଥିବା ବେଳେ ୮ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଶନିବାର ରାତିରେ ଅକୋଲାର ପୁରୁଣା ସିଟି ପୋଲିସ ସେଷ୍ଟନ ନିକଟରେ କିଛି ଉତ୍ତ୍ୟକ୍ତ ବ୍ୟକ୍ତି ଯାନବାହନରେ ନିଆଁ ଲଗାଇ ଦେଇଛନ୍ତି। ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ସହ ୧୪୪ଧାରା ଲଗାଯାଇଛି। ହିଂସାକାଣ୍ଡରେ ୮ଜଣ ସାଧାରଣ ଲୋକଙ୍କ ସମେତ ୨ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।

ଜଣେ ଧାର୍ମିକ ନେତାଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଶନିବାର ରାତିରେ ଦୁଇଗୋଷ୍ଠୀ ଏକାଠି ହୋଇ ପରସ୍ପର ମଧ୍ୟରେ ଟେକାପଥର ମାଡ କରିବା ସହ ହିଂସାକାଣ୍ଡ କରିଥିଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲୁହାବୁହା ଗ୍ୟାସ ବ୍ୟବହାର କରିଥିଲା। ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି ଅତିରିକ୍ତ ପୋଲିସ ସୁପରିଣ୍ଡେଣ୍ଟେ ମନିକା ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri