ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି ଅସାଧୁ ଲୋକଙ୍କ ଜନବିରୋଧୀ ତଥା ଶିଳ୍ପନୀତିକୁ ନିନ୍ଦା କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ସିଜିମାଳି ଖଣି ଅଞ୍ଚଳର କେରପାଇ, ତଳଆମ୍ବପଦର, ନାକରୁଣ୍ଡି ପଞ୍ଚାୟତର ୧୩ ଗାଁର ୩୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ସାମିଲ ହୋଇଥିଲେ।

ସିଜିମାଳି ଖଣି ଉତ୍ତୋଳନ ହେଲେ ସ୍ଥାନୀୟ ଅଞ୍ଚଳର ବିକାଶ ସହିତ ଆଦିବାସୀଙ୍କ ଉନ୍ନତି ହେବ ବୋଲି ସ୍ଥାନୀୟ ଗ୍ରାମବାସୀ ପୂର୍ବରୁ ଅନୁଷ୍ଠିତ ଗ୍ରାମସଭାରେ ଦାବି କରିଆସୁଛନ୍ତି। କିନ୍ତୁ କିଛି ଜନବିରୋଧୀ ଓ ଆଦିବାସୀ ବିରୋଧୀ ଏହାକୁ ସହି ନ ପାରି ସ୍ଥାନୀୟ ଅଞ୍ଚଳରେ ଶିଳ୍ପ ଓ ବିକାଶକୁ ବିରୋଧ କରୁଛନ୍ତି। ପୂର୍ବରୁ ମଧ୍ୟ ଥୁଆମୂଳ ରାମପୁର ବିଡ଼ିଓଙ୍କୁ ସେହି ତଥାକଥିତ ଜନବିରୋଧୀ ବ୍ୟକ୍ତିମାନେ ବିରୋଧ କରି ସଭାସମିତି କରାଇ ଦେଇ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉପରୋକ୍ତ ୩ ପଞ୍ଚାୟତର ୧୩ ଗ୍ରାମର ଗ୍ରାମବାସୀ କଳାହାଣ୍ଡି ଜିଲାପାଳ ସଚିନ ପାୱାର ପ୍ରକାଶଙ୍କୁ ସାକ୍ଷାତ କରି ଏଭଳି ଶିଳ୍ପ ଓ ଜନବିରୋଧୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ସେମାନଙ୍କ ସୁରକ୍ଷା ଦାବି କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ଉପରୋକ୍ତ ଗ୍ରାମର ରାମ ନାଏକ, ଅଜିତ ନାଏକ, ସଞ୍ଜୀବ ମାଝି, ସାନ ମାଝି, ରାମଚନ୍ଦ୍ର ମାଝି, ସୋନୁ ମାଝି, ସାଧୁରାମ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…

ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri