Posted inଜାତୀୟ

ସେନା ନିୟନ୍ତ୍ରଣରେ ହିଂସାପ୍ରବଣ ଅଞ୍ଚଳ

ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ୫୪ରେ ପହଞ୍ଚତ୍ଥିବା ସରକାରୀ ଭାବେ କୁହାଯାଇଛି। କିନ୍ତୁ ପ୍ରକୃତ ମୃତ୍ୟୁସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ବୋଲି ବେସରକାରୀ ସୂତ୍ରରୁ ଜଣାପଡ଼ିଛି। ସୈନ୍ୟବାହିନୀ ହିଂସାପ୍ରବଣ ଅଞ୍ଚଳକୁ ନିଜ ନିୟନ୍ତ୍ରଣକୁ ନେବା ପରେ ଶନିବାର ଇମ୍ଫାଲ ଉପତ୍ୟକାରେ ଜୀବନଯାତ୍ରା ସ୍ବାଭାବିକ ସ୍ଥିତିକୁ ଫେରିଛି। ଦୋକାନ ବଜାର ଖୋଲିଥିବାବେଳେ ରାସ୍ତାରେ ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଶନିବାର ସକାଳେ ଇମ୍ଫାଲ ଓ ଅନ୍ୟ ସହରରେ ଦୋକାନ ବଜାର ଖୋଲିବା ସହ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣିରେ ବ୍ୟସ୍ତ ରହିଥିବା ଦେଖାଯାଇଛି। ମଣିପୁରରେ ଆଇନ ଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ରବିବାର ହେବାକୁ ଥିବା ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିକୁ ସ୍ଥଗିତ ରଖିଛି। ମଣିପୁରରେ ଯେଉଁ ପରୀକ୍ଷାର୍ଥୀଙ୍କ ପରୀକ୍ଷା କେନ୍ଦ୍ର ଥିଲା ସେମାନଙ୍କ ପାଇଁ ପରୀକ୍ଷା ତାରିଖ ଖୁବ୍‌ଶୀଘ୍ର ଘୋଷଣା କରାଯିବ ବୋଲି ଏନ୍‌ଟିଏ କହିଛି।
ଶୁକ୍ରବାର ରାତିରେ ଚୁରାଚାନ୍ଦପୁର ଜିଲାରେ ଦୁଇଟି ଏନ୍‌କାଉଣ୍ଟରରେ ୫ ଜଣ ଉଗ୍ରପନ୍ଥୀ ନିହତ ହୋଇଥିବାବେଳେ ଇଣ୍ଡିଆ ରିଜର୍ଭ ବାଟାଲିୟନର ୨ ଯବାନ ଆହତ ହୋଇଛନ୍ତି। ମୋଟ ୧୩,୦୦୦ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ଆଶ୍ରୟସ୍ଥଳରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ କେତେଜଣ ସେନା କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି। ଚୁରାଚାନ୍ଦପୁର ସମେତ ମୋରେହ, କାକ୍‌ଚିଙ୍ଗ ଏବଂ କାଙ୍ଗପୋକ୍‌ପି ଜିଲା ସେନାର ଦୃଢ଼ ନିୟନ୍ତ୍ରଣରେ ରହିଛି।
ଇମ୍ଫାଲ ଇଷ୍ଟ ଏବଂ ଓ୍ବେଷ୍ଟ ଜିଲାରେ ଶୁକ୍ରବାର ଏକାଧିକ ପୋଡ଼ାଜଳା ଘଟଣା ଘଟିଛି। ମଣିପୁର ହିଂସାରେ ବହୁସଂଖ୍ୟାରେ ଲୋକଙ୍କ ଜୀବନ ଯିବା ସହ ଶତାଧିକ ଆହତ ହୋଇଥିବା ଭିନ୍ନ ସୂତ୍ରରୁ ଜଣାପଡ଼ିଛି। ଗୁଳିମାଡ଼ରେ ଆହତ ଅନେକ ଆଇଆଇଏମ୍‌ଏସ୍‌ ଏବଂ ଜବାହରଲାଲ ନେହେରୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସରେ ଚିକିତ୍ସିତ ହେଉଛନ୍ତି। ବୁଧବାରଠାରୁ ମେଇତି ସମ୍ପ୍ରଦାୟ ବିରୋଧରେ ସଂଘର୍ଷ ଲାଗି ରହିଥିବାବେଳେ ରାଜ୍ୟରେ ସେନା ଏବଂ ଆସାମ ରାଇଫଲ୍ସରୁ ପାଖାପାଖି ୧୦,୦୦୦ ସୈନ୍ୟଙ୍କୁ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ମଣିପୁରରେ ମେଇତିମାନଙ୍କୁ ଏସ୍‌ଟି ତାଲିକାରେ ୧୦ ବର୍ଷ ପର୍ଯ୍ୟନ୍ତ ସାମିଲ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପରେ ଏହାକୁ ବିରୋଧ କରି ନାଗା ଓ କୁକି ସମୁଦାୟ ଆନ୍ଦୋଳନ କରୁଛନ୍ତି। ବୁଧବାର ଅଲ୍‌ ଟ୍ରାଇବାଲ୍‌ ଷ୍ଟୁଡେଣ୍ଟ ୟୁନିୟନ୍‌ ମଣିପୁର (ଏଟିଏସ୍‌ୟୁଏମ୍‌) ପକ୍ଷରୁ ‘ଟ୍ରାଇବାଲ୍‌ ସୋଲିଡାରିଟି ମାର୍ଚ୍ଚ’ର ଆୟୋଜନ କରାଯାଇଥିଲା। ହିଂସାମତ୍କ ଆନ୍ଦୋଳନର ନିଅଁା ରାଜଧାନୀ ଇମ୍ଫାଲକୁ ବ୍ୟାପିବା ପରେ ରାଜ୍ୟ ସରକାର ଉପଦ୍ରବୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri