ପୂର୍ବ ଶତ୍ରୁତାରୁ ହିଂସାକାଣ୍ଡ, ୨ ଗୁରୁତର

ହିଞ୍ଜିଳିକାଟୁ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଗ୍ରାମରେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟିଛି। ଏଥିରେ ୨ପକ୍ଷଙ୍କ ମଧ୍ୟରେ ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତ। ଗୁରୁତର ଦ୍ୱୟ ହେଲେ ବାବୁ ପ୍ରଧାନ ଓ ଗଗନ ଜେନା। ବାବୁଙ୍କୁ ପ୍ରଥମେ ହିଞ୍ଜିଳିକାଟୁ ଓ ପରେ ବ୍ରହ୍ମପୁର ଡାକ୍ତରଖାନା ପଠାଯାଇଥିବା ବେଳେ ଗଗନଙ୍କୁ ପ୍ରଥମେ ପିତଳ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଥାଉକି, ପିତଳ ଗ୍ରାମରେ ମଙ୍ଗଳବାର ରାତିରେ ମାଛ ଜାଆଁଳ ପୋଖରୀରେ ଛାଡ଼ିବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇ ଗଣ୍ଡଗୋଳ ହୋଇଥିଲା। ପରେ ଗ୍ରାମବାସୀ ବୁଝାଶୁଝା କରିବାରୁ ମାମଲା ଶାନ୍ତ ପଡ଼ିଥିଲା। ବୁଧବାର ସକାଳେ ପିତଳ ବଜାର ନିକଟ ବାଳକ ପ୍ରାଥମିକ ବିଦ୍ୟାଳୟ ନିକଟରେ ଦୋକାନ କରିଥିବା ବାବୁ ପ୍ରଧାନଙ୍କ ଦୋକାନ ନିକଟରେ ଉଭୟ ପକ୍ଷ ମଧ୍ୟରେ କଥା କଟାକଟି ହୋଇ ହିଂସାକାଣ୍ଡ ଘଟିଥିଲା। ଏଥିରେ ଗୁରୁତର ଆହତ ହୋଇଥିଲେ। ପରେ ବାବୁଙ୍କ ଗୋଷ୍ଠୀ ପକ୍ଷରୁ ପ୍ରତି ଆକ୍ରମଣରେ ଗଗନ ଜେନା ଗୁରୁତର ହୋଇଛନ୍ତି। ଖବର ପାଇ ହିଞ୍ଜିଳି ପୋଲିସ ଆଇଆଇସି ଅଭିମନ୍ୟୁ ଦାସ ଓ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ଉଭୟ ଗୋଷ୍ଠୀଙ୍କ କିଛି ଲୋକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ଉଭୟ ପକ୍ଷ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri