ପୂର୍ବ ଶତ୍ରୁତାରୁ ହିଂସାକାଣ୍ଡ, ୨ ଗୁରୁତର

ହିଞ୍ଜିଳିକାଟୁ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଗ୍ରାମରେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟିଛି। ଏଥିରେ ୨ପକ୍ଷଙ୍କ ମଧ୍ୟରେ ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତ। ଗୁରୁତର ଦ୍ୱୟ ହେଲେ ବାବୁ ପ୍ରଧାନ ଓ ଗଗନ ଜେନା। ବାବୁଙ୍କୁ ପ୍ରଥମେ ହିଞ୍ଜିଳିକାଟୁ ଓ ପରେ ବ୍ରହ୍ମପୁର ଡାକ୍ତରଖାନା ପଠାଯାଇଥିବା ବେଳେ ଗଗନଙ୍କୁ ପ୍ରଥମେ ପିତଳ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଥାଉକି, ପିତଳ ଗ୍ରାମରେ ମଙ୍ଗଳବାର ରାତିରେ ମାଛ ଜାଆଁଳ ପୋଖରୀରେ ଛାଡ଼ିବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇ ଗଣ୍ଡଗୋଳ ହୋଇଥିଲା। ପରେ ଗ୍ରାମବାସୀ ବୁଝାଶୁଝା କରିବାରୁ ମାମଲା ଶାନ୍ତ ପଡ଼ିଥିଲା। ବୁଧବାର ସକାଳେ ପିତଳ ବଜାର ନିକଟ ବାଳକ ପ୍ରାଥମିକ ବିଦ୍ୟାଳୟ ନିକଟରେ ଦୋକାନ କରିଥିବା ବାବୁ ପ୍ରଧାନଙ୍କ ଦୋକାନ ନିକଟରେ ଉଭୟ ପକ୍ଷ ମଧ୍ୟରେ କଥା କଟାକଟି ହୋଇ ହିଂସାକାଣ୍ଡ ଘଟିଥିଲା। ଏଥିରେ ଗୁରୁତର ଆହତ ହୋଇଥିଲେ। ପରେ ବାବୁଙ୍କ ଗୋଷ୍ଠୀ ପକ୍ଷରୁ ପ୍ରତି ଆକ୍ରମଣରେ ଗଗନ ଜେନା ଗୁରୁତର ହୋଇଛନ୍ତି। ଖବର ପାଇ ହିଞ୍ଜିଳି ପୋଲିସ ଆଇଆଇସି ଅଭିମନ୍ୟୁ ଦାସ ଓ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ଉଭୟ ଗୋଷ୍ଠୀଙ୍କ କିଛି ଲୋକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ଉଭୟ ପକ୍ଷ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri