ଜୋର ଜବରଦସ୍ତ ଘର ଭାଙ୍ଗିବା ଘଟଣା : ଅସନ୍ତୋଷ ପ୍ରକାଶ କଲେ କନ୍ଧ ଶତପଥୀ

ଗଞ୍ଜାମ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରେ ଦୀର୍ଘ ସତୁରୀ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା କନ୍ଧ ଶତପଥୀଙ୍କ ଘରକୁ ଗତ ୯ ତାରିଖରେ ମନ୍ଦିର କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଜେସିବି ଦ୍ୱାରା ଭାଙ୍ଗି ଦେଇଥିଲେ । ଏ ନେଇ କନ୍ଧ ଶତପଥୀ ଥାନାରେ ଏତଲା ଦେବା ସହ ତହସିଲଦାରଙ୍କୁ ଅବଗତ କରାଇଥିଲେ । ପୋଲିସ ଉପସ୍ଥିତିରେ ତହସିଲ ପ୍ରଶାସନ ଜାଗା ମପାମପି କରିବା ପରେ ମନ୍ଦିରର କିଛି ଜାଗା ନ ଥିବା ଓ ଶତପଥୀଙ୍କ ୬ ଫୁଟ ଘରକୁ ଜୋର ଜବରଦସ୍ତ ଭାଙ୍ଗି ଦିଆଯାଇଥିବା ଜଣାପଡିଥିଲା । ଫଳରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହି ଘଟଣାକୁ ୧୦ ଦିନ ବିତିଯାଇଥିଲେ ମଧ୍ୟ ଘର ଭାଙ୍ଗିଥିବା ଲୋକଙ୍କ ଉପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ । ଏ ନେଇ କନ୍ଧ ଶତପଥୀ ଏବଂ ତାଙ୍କ ପରିବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଅନ୍ୟପଟେ ଘର ଭାଙ୍ଗିଥିବା ମନ୍ଦିର କର୍ତ୍ତୃପକ୍ଷ ବିଭିନ୍ନ ସମୟରେ ଧମକ ମିଳୁଥିବା କନ୍ଧ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏ ସମ୍ପର୍କରେ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କୁ ପଚାରିବାରୁ ଆରଆଇ ରିପୋର୍ଟ ଦେଲା ପରେ ସୁନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri