Posted inଜାତୀୟ

ଆସାମ-ମେଘାଳୟ ସୀମାରେ ଅଶାନ୍ତି

ଗୁଆହାଟୀ/ ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମେଘାଳୟର ଓ୍ବେଷ୍ଟ ଜାଇନ୍ତିଆ ହିଲ୍ସର ମୁକ୍‌ରୋହ ଗ୍ରାମରେ ମଙ୍ଗଳବାର ଭୋର ସମୟରେ ବେଆଇନ କାଠ ଚାଲାଣକୁ ନେଇ ହିଂସାକାଣ୍ଡ ଘଟିଛି। କାଠଭର୍ତ୍ତି ଏକ ଟ୍ରକ୍‌କୁ ଆସାମ ବନ ବିଭାଗର ଏକ ଟିମ୍‌ ଅଟକାଇଥିଲା। ଟ୍ରକ୍‌ଟି ନ ଅଟକି ଦ୍ରୁତଗତିରେ ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ବନ ଅଧିକାରୀମାନେ ଗୁଳି କରି ଏକ ଟାୟାରକୁ ପଙ୍କଚର କରିଦେଇଥିଲେ। ଡ୍ରାଇଭର, ହେଲ୍ପର ଓ ଆଉ ଜଣେ ବ୍ୟକ୍ତିଙ୍କୁ ଧରାଯାଇଥିବାବେଳେ ଅନ୍ୟମାନେ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ଫରେଷ୍ଟ ଗାର୍ଡମାନେ ଘଟଣା ସମ୍ପର୍କରେ ଜିରିକେଣ୍ଡିଂ ଥାନାକୁ ସୂଚନା ଦେଇ ପୋଲିସ ସହାୟତା ମାଗିଥିଲେ। ସେଠାରେ ପୋଲିସ ପହଞ୍ଚତ୍ବା ପରେ ସକାଳ ୫ଟାରେ ମେଘାଳୟ ସୀମାର ବହୁ ଗ୍ରାମବାସୀ ଅସ୍ତ୍ରଶସ୍ତ୍ର ଧରି ଆସିଥିଲେ। ସେମାନେ ଫରେଷ୍ଟ ଗାର୍ଡ ଓ ପୋଲିସ କର୍ମଚାରୀମାନଙ୍କୁ ଘେରାଉ କରିବା ସହ ଗିରଫ ବ୍ୟକ୍ତିମାନଙ୍କୁ ତୁରନ୍ତ ଛାଡ଼ିଦେବାକୁ ଦାବି କରିଥିଲେ। ଏତିକିରେ ଅଧିକାରୀମାନେ ସ୍ଥିତିକୁ ଆୟତ୍ତକୁ ଆଣିବା ପାଇଁ ଗୁଳି ଚଳାଇଥିଲେ। ଗୁଳିମାଡ଼ରେ ଆସାମର ଫରେଷ୍ଟ ଗାର୍ଡ ବିଦ୍ୟାସିଂ ଲେଖ୍‌ତେଙ୍କ ସମେତ ମେଘାଳୟର ଖାସି ସମ୍ପ୍ରଦାୟର ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ସୀମାରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି କିନ୍ତୁ ନିୟନ୍ତ୍ରଣାଧୀନ ଥିବା ଓ୍ବେଷ୍ଟ କର୍ବି ଆଙ୍ଗଲୋଙ୍ଗ୍‌ ଏସ୍‌ପି ଇମ୍‌ଦାଦ୍‌ ଅଲୀ ସୂଚନା ଦେଇଛନ୍ତି। ତେବେ ଫରେଷ୍ଟ ଗାର୍ଡ ବିଦ୍ୟାସିଂଙ୍କ ଦେହରେ କିପରି ଗୁଳି ବାଜିଲା ତାହା ସ୍ପଷ୍ଟ ହୋଇ ନ ଥିବା ଏସ୍‌ପି କହିଛନ୍ତି। ମେଘାଳୟ ମୁ୍‌ଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗ୍‌ମା ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି ଅଭିହିତ କରିଛନ୍ତି। ଆସାମ ପୋଲିସ ପ୍ରଥମେ ଗୁଳି ଚଳାଇଥିବା ସେ କହିଛନ୍ତି। ହ୍ବାଟ୍ସଆପ୍‌, ଫେସ୍‌ବୁକ୍‌ ଓ ଟୁଇଟର ଭଳି ସୋସିଆଲ ମିଡିଆର ଦୁରୁପଯୋଗ ହେଲେ ଶାନ୍ତିଭଙ୍ଗ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ମେଘାଳୟ ସରକାର ୭ ଜିଲାରେ ମୋବାଇଲ ଇଣ୍ଟରନେଟ୍‌/ ଡେଟା ସେବାକୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରୁ ୪୮ ଘଣ୍ଟା ପାଇଁ ବନ୍ଦ କରିଦେଇଛନ୍ତି। ଏଥିସହ ଘଟଣାର ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସାଙ୍ଗ୍‌ମା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri