Posted inଜାତୀୟ

ଶୁକ୍ରବାର ନମାଜ ପରେ କିଛି ରାଜ୍ୟରେ ବ୍ୟାପିଛି ହିଂସା, ହାୱଡାରେ ଇଣ୍ଟରନେଟ ବନ୍ଦ

କୋଲକାତା,୧୧ ।୬: ପ୍ରଫେଟ ମହମ୍ମଦଙ୍କୁ ନେଇ ନୁପୁର ଶର୍ମା ଦେଇଥିବା ଟିପ୍ପଣିକୁ ବିରୋଧ କରି ଏବେ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଛି । ଭାଜପାରୁ ନିଲମ୍ବିତ ନୁପୁର ଶର୍ମାଙ୍କ ଗିରଫ ଦାବି କରି କିଛି ରାଜ୍ୟରେ ମୁସଲମାନ ସମ୍ପ୍ରଦାୟର ଲୋକେ ରାଜରାସ୍ତାକୁ ଚାଲି ଆସିଛନ୍ତି । ଦିଲ୍ଲୀର ଜାମା ମସଜିଦରେ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଥିବା ବେଳେ ରାଜଧାନୀ ରାଞ୍ଚିରେ ସବୁଠାରୁ ଅଧିକ ହିଂସା ଦେଖିବାକୁ ମିଳିଛି । କୋଲମାତା, ମଧ୍ୟ ପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ବି ହିଂସା ଉପୁଜିଛି ।
ବିରୋଧ ପ୍ରଦର୍ଶନ କରୁଥିବା ଲୋକେ କୋଲକାତାରେ ୨ଟି ଭାଜପା କାର୍ଯ୍ୟାଳୟ ଉପରେ ଆକ୍ରମଣ କରିଛନ୍ତି । ଏହାସହ ପ୍ରଦର୍ଶନକାରୀ ଡୋମଜୁର ଥାନାରେ ଆକ୍ରମଣ କରିବାରୁ ୧୨ ପୋଲିସ ଆହତ ହୋଇଛନ୍ତି । ଏହାପରେ ସେଠାରେ ଜୁନ ୧୩ ପର୍ଯ୍ୟନ୍ତ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି ।
ରାଞ୍ଚିରେ ଶୁକ୍ରବାର ହୋଇଥିବା ହିଂସାରେ ଗୁଳି ବାଜିବାରୁ ୨ ଜଣ ବ୍ୟକ୍ତି ଆହତ ହୋଇଥିଲେ । ହସ୍ପିଟାଲରେ ସେମାନଙ୍କ ଚିକିତ୍ସା ଚାଲିଥିବା ବେଳେ ଉଭୟଙ୍କର ଶନିବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ ମୃତକ ଜଣେ ହେଲେ ମୁଦସ୍‌ସିର ଓରଫ କୈଫି ବୋଲି କୁହାଯାଉଛି । ରାଜେନ୍ଦ୍ର ଆର‌୍ୟୁବିଜ୍ଞାନ ସଂସ୍ଥାନ(ରିମ୍ସ)ରେ ଏମାନଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଉ ୮ଜଣ ଆହତଙ୍କ ଚିକିତ୍ସା ଚାଲିଛି ।
ସୂଚନାଯୋଗ୍ୟ, ପ୍ରଫେଟ ମହମ୍ମଦଙ୍କ ବିରୋଧରେ ନୁପୁର ଶର୍ମା ଦେଇଥିବା ଟିପ୍ପଣିକୁ ନେଇ ସାରା ଦେଶରେ ଲୋକେ ରାଜରାସ୍ତାକୁ ଚାଲି ଆସିଛନ୍ତି । ମୁଖ୍ୟ ରାସ୍ତାରେ ମୁସଲମାନ ସମ୍ପ୍ରଦାୟର ଲୋକେ ରାଲି ବାହାର କରି ନୁପୁର ଶର୍ମାଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ତାଙ୍କୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି । ଏହାସହ ନୁପୁରଙ୍କ କୁଶପୁତ୍ତଳିକା ଦାହ କରାଯିବା ଓ ଏହା ଧିରେ ଧିରେ ହିଂସାର ରୂପ ନେଇ ସାରା ଦେଶକୁ ବ୍ୟାପିଗଲାଣି କହିଲେ ଚଳେ ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri