ଭିଡିଓ ଭାଇରାଲ ପରେ ଜିଲାରେ ତୀବ୍ର ପ୍ରତିକ୍ରିୟା

ଜୟପୁର,୨ା୯(ନି.ପ୍ର.):ପଦ୍ମଶ୍ରୀ କମଳା ପୂଜାରୀ ଅବିଭକ୍ତ କୋରାପୁଟ ଜିଲାର ଗର୍ବ ଓ ଗୌରବ। ଗତ ୨୪ ତାରିଖରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ଜିଲା ଚିକିତ୍ସାଳୟରୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଏକ ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରିଥିଲେ। ମାତ୍ର କମଳାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଇସିୟୁ ଭିତରେ ତାଙ୍କୁ ଜଣେ ମହିଳା ନଚାଇଥିବା ଜଣାପଡିଛି। ଏହାକୁ ପରଜା ସଂଘ ସମେତ କୋରାପୁଟର ବିଭିନ୍ନ ସଙ୍ଗଠନ ତୀବ୍ର ବିରୋଧ କରିଛନ୍ତି। ଯଦି ଏହି ସମୟରେ କିଛି ଅଘଟଣ ଘଟିଥାନ୍ତା କିଏ ଦାୟୀ ହୋଇଥାନ୍ତା ବୋଲି ପ୍ରଶ୍ନ ଉଠିଛି। ଅନ୍ୟପକ୍ଷରେ ଆଇସିୟୁ ଭିତରକୁ ସମ୍ପୃକ୍ତା ମହିଳା କିପରି କ୍ୟାମେରା ନେଲେ ଏବଂ କମଳାଙ୍କ ନାଚର ଭିଡିଓ କରି ତାହାକୁ ସାମାଜିକ ଗଣ ମାଧ୍ୟମରେ ଛାଡିଲେ ସେନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏସ୍‌ସିବି ମେଡିିକାଲ ଆଇସିୟୁକୁୁ କ୍ୟାମେରା ନେବା ବେଳେ ଏହାର କର୍ତ୍ତୃପକ୍ଷ ବାରଣ ନ କରିବା ମେଡିକାଲର ଖାମଖିଆଲ କାର୍ଯ୍ୟକୁ ପଦାରେ ପକାଇଛି। ଅନ୍ୟପକ୍ଷରେ ଗୁରୁବାର ଏସମସ୍ତ ଘଟଣାକୁ ନେଇ ମୁହଁ ଖୋଲିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ସେ କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା ପାଇଁ ତାଙ୍କ ନାତି ଏବଂ ପ୍ରଶାସନ ପକ୍ଷରୁ ଜଣେ ସ୍ଥାନୀୟ ଯୁବକଙ୍କୁ ପଠାଯାଇଥିଲା। ମେଡିକାଲରେ ଭର୍ତ୍ତି ହେବା ପରେ ସମ୍ପୃକ୍ତା ମହିଳା ଜଣକ ମେଡିକାଲକୁ ଆସି ତାଙ୍କୁ ସାଙ୍ଗ ବୋଲି ସମ୍ବୋଧନ କରି ସେବା ଦେବା ଆଳରେ ତାଙ୍କର ବିଭିନ୍ନ ପ୍ରକାର ଭିଡିଓ ପ୍ରସ୍ତୁତ କରିଥିଲେ। ତାଙ୍କୁ ଜୋର ଜବରଦସ୍ତ ନଚାଇଥିବା ପଦ୍ମଶ୍ରୀ କମଳା କହିଛନ୍ତି। ଏହି ସମୟରେ ପ୍ରଶାସନ ପକ୍ଷରୁ ଯାଇଥିବା ଯୁବକଙ୍କୁ ମଧ୍ୟ ସେ କୋଠରିରୁ ଚାଲିଯିବାକୁ କହିଥିଲେ। ଏହାର ଉଚ୍ଚସ୍ତରୀୟ ତଦନ୍ତ ହେଲେ ସବୁ ଘଟଣା ସ୍ପଷ୍ଟ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri