Posted inଜାତୀୟ

ମୋଦିଙ୍କ ଶପଥଗ୍ରହଣ ଉତ୍ସବରେ ଭିଭିଆଇପିଙ୍କ ଭିଡ: ପହଞ୍ଚିଲେ ଅମ୍ବାନୀ, ଶାହରୁଖ

ନୂଆଦିଲ୍ଲୀ,୯।୬: ଆଉ କିଛି ସମୟ ପରେ ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେବେ ନରେନ୍ଦ୍ର ମୋଦି। ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସନ୍ଧ୍ୟା ୭ଟା ୧୫ରେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ପାଇଁ ଭିଭିଆଇପିଙ୍କ ଭିଡ ଜମିଛି। ଭାରତର ପ୍ରଖ୍ୟାତ ବ୍ୟବସାୟୀ ମୁକେଶ ଅମ୍ବାନୀ, ଫିଲ୍ମଷ୍ଟାର ଶାହରୁଖ ଖାନ ପହଞ୍ଚିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡୋଶୀ ଦେଶ ତଥା ଭାରତ ମହାସାଗର ଅଞ୍ଚଳର ଶୀର୍ଷ ନେତାମାନେ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ବାଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’, ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ, ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ, ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍‌ ଟୋବ୍‌ଗେ ଏବଂ ସିଚେଲ୍ସ ଉପରାଷ୍ଟ୍ରପତି ଅହମଦ ଅଫିଫ୍‌। ହାସିନା ଏବଂ ଅଫିଫ୍‌ ଶନିବାରଠାରୁ ଆସିଥିବାବେଳେ ଅନ୍ୟମାନେ ରବିବାର ଦିଲ୍ଲୀରେ ପହଞ୍ଚତ୍ଥିଲେ। ଭାରତ ଓ ମାଳଦ୍ୱୀପ ସମ୍ପର୍କରେ ଅବନତି ଦେଖାଦେଇଥିବାବେଳେ ମୋଦିଙ୍କ ଶପଥ ଉତ୍ସବରେ ମୁଇଜୁଙ୍କ ଯୋଗଦାନ ବେଶ୍‌ ଉଲ୍ଲେଖଯୋଗ୍ୟ। ଗତବର୍ଷ ନଭେମ୍ବରରେ ସେ ମାଳଦ୍ୱୀପର ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?