Posted inଜାତୀୟ

ସିଧୁଙ୍କ ହତ୍ୟାର ୫ଦିନ ପରେ ପୁଣି ବଢ଼ିଲା ଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨।୬: ପଞ୍ଜାବ ସରକାର ୪୨୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ରାପର ଗାୟକ ସିଧୁ ମୂସେଓ୍ବାଲାଙ୍କୁ ରବିବାର କେତେଜଣ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିଲେ। ତେବେ ଘଟଣାର ୫ଦିନ ପରେ ପଞ୍ଜାବର ଏଏପି ସରକାର ପୁଣି ଭିଆଇପିଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଜୁନ ୭ରୁ ୪୨୪ଜଣ ଭିଆଇପିଙ୍କ ସୁରକ୍ଷା ଲାଗୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଗୁରୁବାର ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଭିଆଇପିଙ୍କ ସୁରକ୍ଷା ପ୍ରତ୍ୟାହାରକୁ ନେଇ ଏଏପି ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି ହରିଆଣା ହାଇକୋର୍ଟ। ଭିଆଇପିଙ୍କ ସୁରକ୍ଷା ପ୍ରତ୍ୟାହାର ପୂର୍ବରୁ ତାଲିକାକୁ କାହିଁକି ସାର୍ବଜନୀନ କରାଗଲା ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ଏଥିସହ ନିଷ୍ପତ୍ତି ପୂର୍ବରୁ ପରିସ୍ଥିତିର ଯାଞ୍ଚ ସହ ସମସ୍ତ ବିଷୟ ଉପରେ ବିଚାରବିମର୍ଶ କରିବାର ଆବଶ୍ୟକତା ରହିଥିଲା ବୋଲି କୋର୍ଟ କହିଛନ୍ତି। ହେଲେ ସରକାରଙ୍କ ତରବରିଆ ଭାବେ ନେଇଥିବା ନିଷ୍ପତ୍ତିକୁ କୋର୍ଟ ତାଗିଦ୍‌ କରିଛନ୍ତି। ଯାହାଫଳରେ ପଞ୍ଜାବ ସରକାର ପୁଣି ଥରେ ଏହି ସୁରକ୍ଷା ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?