Posted inଫୁରସତ

ବୀର ସୁରେନ୍ଦ୍ର ସାଏ: ଇଂରେଜଙ୍କ ବିରୁଦ୍ଧରେ ୨୦ ବର୍ଷର ଲଢ଼େଇ,୩୬ ବର୍ଷକାଳ କାରାଗାର…

ବୀର ସୁରେନ୍ଦ୍ର ସାଏ ଭାରତର ଜଣେ ଅଗ୍ରଣୀ ସ୍ବାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ସେ ଆନ୍ଦୋଳନ ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ ବିତାଇଥିଲେ ।

ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରିଖ ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ ଏବଂ ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ ଶାସକ ଓ ସୈନ୍ୟବାହିନୀକୁ ଚକିତ କରିଥିଲା ।

୨୩ ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଛଅ ଭାଇ ଓ ଜଣେ ଭଉଣୀ ଥିଲେ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ୱାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ । ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ବିବାହ କରିଥିଲେ । ତାଙ୍କର ଜଣେ ପୁତ୍ର ମିତ୍ରଭାନୁ ସାଏ ଓ ଜଣେ କନ୍ୟା ଥିଲେ ।

ବୀର ସୁରେନ୍ଦ୍ର ସାଇ ଏବଂ ତାଙ୍କ ସହଯୋଗୀ ମାଧୋ ସିଂ, କୁଞ୍ଜଲ ସିଂ, ଆରି ସିଂ, ବରୀ ସିଂ, ଉଦାନ୍ତ ସାଇ, ଉଜଲ ସାଇ, ଖାଗେଶ୍ୱର ଦାଓ, କରୁଣାକର ସିଂ, ସାଲେଗ୍ରାମ ବରିହା, ଗୋବିନ୍ଦ ସିଂ, ପହର ସିଂ, ରାଜୀ ଘାସ, କମଲ ସିଂ, ହାତି ସିଂ, ସାଲିକ ରାମ ବାରିହା, ଲୋକନାଥ ପଣ୍ଡା, ଶ୍ରୀଟୁଞ୍ଜୟା ପାନିଗ୍ରାହି, ଜଗବନ୍ଧୁ ହୋଟା, ପଦ୍ମନାଭ ଗୁରୁ, ତ୍ରିଲୋଚନ ପାନିଗ୍ରାହି ଏବଂ ଅନ୍ୟମାନେ ମିଳିତ ଭାବରେ ଏବଂ ପୃଥକ ଭାବରେ କାର୍ଯ୍ୟ କରି ଭାରତରେ ବ୍ରିଟିଶ ଉପନିବେଶ ବିସ୍ତାରକୁ ପ୍ରତିରୋଧ କରିଥିଲେ, ଏବଂ ବ୍ରିଟିଶ କର୍ତ୍ତୃପକ୍ଷଙ୍କୁ ପଶ୍ଚିମ ଓଡିଶା ଅଞ୍ଚଳର ଅଧିକାଂଶ ଉପରେ ନିୟନ୍ତ୍ରଣ କରିବାରେ ବାଧା ଦେଇଥିଲେ।

ଇଂରେଜମାନଙ୍କୁ କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ୱାସଘାତକର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ ୨୩ ଜାନୁଆରୀ ୧୮୬୪ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁଁ ଗିରଫ ହୋଇଥିଲେ । ଗିରଫ ସୁରେନ୍ଦ୍ର ସାଏଙ୍କୁ ମଧ୍ୟ ପ୍ରଦେଶର ବୁରହାନପୁର ଜିଲା ଅସୀରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା । ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ ବିତାଇଥିଲେ। ସୁରେନ୍ଦ୍ର ସାଏ । ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୀରଗଡ଼ ଦୁର୍ଗରେ ସୁରେନ୍ଦ୍ର ସାଏ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri