Posted inଖେଳ

କୋହଲିଙ୍କ ହୋଟେଲ୍‌ ରୁମ୍‌ ଭିଡିଓ ଭାଇରାଲ ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପର୍ଥ,୩୧।୧୦: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କ ରହୁଥିବା ହୋଟେଲ ରୁମ୍‌ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ରାଗିଯାଇ କୋହଲି ଗୋପନୀୟତା ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଛନ୍ତି। ବିରାଟଙ୍କ ଜଣେ ପ୍ରଶଂସକ ହୋଟେଲରେ ଥିବା ତାଙ୍କ ରୁମ୍‌ ଭିତରକୁ ଯାଇ ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଅପଲୋଡ କରିଥିଲେ। ଏହା ସହିତ ଏହି ପ୍ରଶଂସକ ଲେଖିଛନ୍ତି ଯେ କିଙ୍ଗ କୋହଲିଙ୍କ ହୋଟେଲ ରୁମ। ବିରାଟ ଏହି ପ୍ରସଙ୍ଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିବା ପରେ ହୋଟେଲ ଏଥିପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ସମ୍ପୃକ୍ତ ସମସ୍ତଙ୍କୁ ହଟାଇ ଦିଆଯାଇଛି। ଏହା ସହିତ ହୋଟେଲ କ୍ରାଉନ କହିଛି, ଦ୍ୱିତୀୟ ଥର ଏପରି ଘଟଣା ଯେପରି ନ ହୁଏ ସେଥିପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯିବ। ହୋଟେଲ ଏହା ମଧ୍ୟ କହିଛି ଯେ ଭାରତୀୟ କ୍ରିକେଟ ଦଳ ଏବଂ ଆଇସିସି ସହ ଆଲୋଚନା ହେଉଛି।
ପ୍ରଶଂସକଙ୍କ ଏହି କାର୍ଯ୍ୟ ଉପରେ ବିରାଟ କୋହଲି ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରି ନିଜର କ୍ରୋଧ ପ୍ରକାଶ କରିଥିଲେ। ଭିଡିଓ ପୋଷ୍ଟ କରି ସେ ଲେଖିଥିଲେ, ମୁଁ ବୁଝିପାରୁଛି ଯେ ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଖେଳାଳିଙ୍କୁ ଦେଖି ବହୁତ ଖୁସି ହୁଅନ୍ତି। ତାଙ୍କୁ ଭେଟିବାକୁ ଉତ୍ସାହିତ ଏବଂ ମୁଁ ଏହାକୁ ସର୍ବଦା ସପୋର୍ଟ କରିଛି କିନ୍ତୁ ଏହି ଭିଡିଓ ଭୟଙ୍କର ଅଟେ। ଏହା ମୋର ଗୋପନୀୟତା ପଦାରେ ପକାଇଛି। ଯଦି ମୁଁ ମୋର ହୋଟେଲ ରୁମରେ ଗୋପନୀୟତା ରକ୍ଷା କରିପାରିବି ନାହିଁ, ତେବେ ମୁଁ ଆଉ କେଉଁଠି ବ୍ୟକ୍ତିଗତ ସ୍ଥାନ ଆଶା କରିପାରିବି ? ଗୋପନୀୟତାର ଏପରି ସମ୍ପୂର୍ଣ୍ଣ ଉଲ୍ଲଂଘନ ସହିତ ମୁଁ ସହମତ ନୁହେଁ। ଦୟାକରି ଲୋକଙ୍କ ଗୋପନୀୟତାକୁ ସମ୍ମାନ ଦିଅନ୍ତୁ ଏବଂ ସେମାନଙ୍କୁ ମନୋରଞ୍ଜନର ବସ୍ତୁ ଭାବରେ ବ୍ୟବହାର କରନ୍ତୁ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri