କରୋନା ମୃତକଙ୍କ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଅବସ୍ଥା ହେଲା ଏପରି: ଭିଡିଓ ଶେୟାର କଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି। ଏହି ଯୁଦ୍ଧରେ ଲଢ଼ି ଲଢ଼ି ଥକି ପଡ଼ୁଥିବା ସ୍ବାସ୍ଥ୍ୟକର୍ମୀଙ୍କର ଫଟୋ ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଆମେ ଦେଖିଛୁ। ସେମିତି ଆଉ ଏକ ଫଟୋ ଏବେ ଦେଖିବାକୁ ମିଳିଛି। ଜଣେ ସ୍ବାସ୍ଥ୍ୟକର୍ମୀ ପିପିଇ କିଟ୍‌ ପିନ୍ଧି ଥକିକରି ତଳେ ଘାସ ଉପରେ ଶୋଇପଡ଼ିଛନ୍ତି। କରୋନାରେ ମୃତ୍ୟୁ ଘଟିଥିବା ଜଣେ ମହିଳାଙ୍କ ମୃତଦେହ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଏପରି ଅବସ୍ଥା ହୋଇଛି। ଏହି ଫଟୋଟିକୁ ଆଇଏଏସ୍‌ ଅବନୀଶ ଶରଣ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ‘କରୋନାରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କୁ ସତ୍କାର ସମୟରେ ଥକି ପଡ଼ିଥିବା ଜଣେ ସ୍ବାସ୍ଥ୍ୟକର୍ମୀ। କରୋନା ଯୋଦ୍ଧାଙ୍କ ଏପରି ବଳିଦାନକୁ ଇତିହାସରେ ମଧ୍ୟ ମନେ ରଖାଯିବ ବୋଲି ସେ ଲେଖିଛନ୍ତି। ଏହି ଫଟୋଟି ଦିଲ୍ଲୀର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାର ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri