ପ୍ରଶଂସକଙ୍କୁ ଏମିତି ନ କରିବାକୁ କହିଲେ ସୋନୁ

ମୁମ୍ବାଇ: କରୋନା ମହାମାରୀ ସମୟରେ ଖୁବ୍‌ ଚର୍ଚ୍ଚାକୁ ଆସିଛନ୍ତି ବଲିଉଡ୍‌ ଖଳନାୟକ ସୋନୁ ସୁଦ। ଫିଲ୍ମରେ ସେ ଯେତିକି ପରିଚିତ ଥିଲେ ଏବେ ତା’ଠାରୁ ଅଧିକ ପରିଚିତ ହୋଇଛନ୍ତି ତାଙ୍କ ବଦାନ୍ୟତା ପାଇଁ। କରୋନା ମହାମାରୀ ସମୟରେ ପ୍ରବାସୀଙ୍କୁ ଘରେ ପହଞ୍ଚାଇବା ହେଉ କି ଆବଶ୍ୟକଥିବା ଲୋକଙ୍କୁ ଯେମିତି ଭାବେ ସାହାଯ୍ୟ କରିବାକୁ ହେଉ ସବୁଥିରେ ସୋନୁ ସହଯୋଗର ହାତ ବଢାଇଛନ୍ତି। ତାଙ୍କର ଏହି ବଦାନତା ପାଇଁ ସେ ପାଲଟି ଯାଇଛନ୍ତି ରିୟଲ ଲାଇଫ୍‌ ହିରୋ। ଏହାସହ ତାଙ୍କ ପର୍ସନାଲ ଲାଇଫରେ ଫ୍ୟାନ୍‌ ଫଲୋଇଙ୍ଗ ସଂଖ୍ୟା ମଧ୍ୟ ବଢି ଯାଇଛି। ନିକଟରେ ତାଙ୍କର ଜଣେ ପ୍ରଶଂସକ ତାଙ୍କୁ ଏମିତି ଏକ ସରପ୍ରାଇଜ୍‌ ଦେଇଛନ୍ତି ଯାହାକୁ ଦେଖି ସେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏବେ ସୋସିଆଲ ମିଡିଆରେ ସୋନୁଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓଟି ‘ଇଣ୍ଡିଆଜ୍‌ ବେଷ୍ଟ ଡ୍ୟାନ୍ସର’ ସେଟ୍‌ର। ଏହି ଭିଡିଓରେ ସୋନୁ କହିଛନ୍ତି, ମୁଁ ‘ଇଣ୍ଡିଆଜ୍‌ ବେଷ୍ଟ ଡ୍ୟାନ୍ସର’ ସେଟ୍‌ରେ ଅଛି। ଯେଉଁଠି ମୁଁ ମୋ ପ୍ରଶଂସକଙ୍କ ସହ ମିଶିଛି। ସେଠାରେ ସେ ଶୁଭମ ନାମକ ଜଣେ ପ୍ରଶଂସକଙ୍କୁ ଭେଟିଛନ୍ତି। ଆଉ ଶୁଭମ ତାଙ୍କ ହାତରେ ସୋନୁଙ୍କ ଟାଟୁ କରିଥିବା ଦେଖି ଅଭିନେତା ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହାସହ ସେ ଶୁଭମଙ୍କୁ ଏମିତି ନ କରିବାକୁ ଅନୁରୋଧ କରିଛନ୍ତି। କେବଳ ଶୁଭମ ନୁହେଁ କେହିବି ଏମିତି ନ କରନ୍ତୁ ବୋଲି ସୋନୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri