ଏମିତି କ’ଣ କହିଲେ କି’ ରୋହିତ ଶର୍ମା, ହସ ରୋକିପାରିଲେ ନାହିଁ ଶ୍ରେୟସ 

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ଜର୍ସି ସଂଖ୍ୟା ୪୫। ଯେତେବେଳେ ସେ ମଇଦାନକୁ ଓହ୍ଲାନ୍ତି ଚୌକା ଛକା ବର୍ଷା ହୁଏ। ଏ ନେଇ ସୋସିଆଲ ମିଡିଆରେ  କେହି ଜଣେ କହିଥିଲେ ଯେ, ତାଙ୍କ ଜର୍ସି ନମ୍ବର ୪-୬ ଅର୍ଥାତ ୪୬କୁ ପରିବର୍ତ୍ତନ କରାଯିବା ଦରକାର।
ରୋହିତଙ୍କ ନେତୃତ୍ୱଧୀନ ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ୨୦୨୩ରେ ଏପର୍ଯ୍ୟନ୍ତ କୌଣସି ମ୍ୟାଚ ହାରିନାହିଁ। ୧୦ଟି ମ୍ୟାଚ ଜିତି ଭାରତ ଏବେ ଫାଇନାଲରେ ପହଞ୍ଚିଛି।  ଫାଇନାଲ ମ୍ୟାଚ ନଭେମ୍ବର ୧୯ ତାରିଖରେ ଖେଳାଯିବ।
ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ କ୍ଲିପ୍‌ ଭାଇରାଲ ହେଉଛି। ଏଥିରେ ପୁରା ଭାରତୀୟ କ୍ରିକେଟ୍‌ ଟିମ୍‌  ବସ୍‌ରେ ଯାତ୍ରା କରୁଥିବା ଦେଖିବାକୁ  ମିଳୁଛି।  ଏଭଳି ପରିସ୍ଥିତିରେ କେହି ଜଣେ ସେମାନଙ୍କର ଭିଡିଓ କରୁଛନ୍ତି।
ଏହି ଭାଇରାଲ କ୍ଲିପ୍‌ରେ  ପ୍ରଥମେ ଫୋନରେ ବ୍ୟସ୍ତ ଥିବା ବିରାଟ କୋହଲିଙ୍କୁ ଦେଖିବାକୁ ମିଳୁଛି। ପରେ ରୋହିତ ଶର୍ମା ଏବଂ ଶ୍ରେୟସ ଆୟରଙ୍କ ଉପରେ କିଛି ସମୟ ପାଇଁ କ୍ୟାମେରା ପଡ଼ୁଛି।  ଭିଡିଓ ତିଆରି କରୁଥିବା ବ୍ୟକ୍ତିଙ୍କୁ ରୋହିତ କିଛି କହୁଥିବା ଜଣାପଡ଼ିଛି।  ବସ୍‌ର ଗ୍ଲାସ ବନ୍ଦ ହୋଇ ଯାଇଥିବାରୁ  କୌଣସି ଶବ୍ଦ ଆସୁନାହିଁ। ହେଲେ ତାଙ୍କ କଥାରେ  ଶ୍ରେୟସ  ହସିବାରେ ଲାଗଛନ୍ତି। ବର୍ତ୍ତମାନ ଏହି ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି।  ଅନେକ ୟୁଜର୍ସ ମଧ୍ୟ ଏହାକୁ ଉପଭୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri