Posted inଜାତୀୟ

ବିଚାର ବିଭାଗୀୟ ହାଜତକୁ ଗଲେ ଗାଳି ଦେଉଥିବା ମହିଳା

ନୋଏଡା,୨୧ ।୮: ଉତ୍ତର ପ୍ରଦେଶର ନୋଏଡାରେ ଗାର୍ଡଙ୍କୁ ଗାଳି ଦେଉଥିବା ମହିଳା ଭବ୍ୟା ରାୟଙ୍କୁ କୋର୍ଟ ୧୪ ଦିନିଆ ଜୁଡିସିଆଲ କଷ୍ଟୋଡିକୁ ପଠାଇ ଦେଇଛନ୍ତି । ଭବ୍ୟା ପେଶାରେ ଜଣେ ଓକିଲ । ଯେତେବେଳେ ପୋଲିସ ତାଙ୍କୁ ହାଜତକୁ ନେଲା ସେତେବେଳେ ସେ ସାମନ୍ୟ ହସୁଥିବା ସହ ଖବରଦାତାଙ୍କ ପ୍ରଶ୍ନର କୌଣସି ଉତ୍ତର ଦେଇ ନ ଥିଲେ । ପୋଲିସ ଭବ୍ୟାଙ୍କ ବିରୋଧରେ ଆଇପିସି ଧାରା ୩୨୩, ୫୦୪, ୫୦୬ ଆଧାରରେ ମାମଲା ରୁଜୁ କରିଛି । ଏହି ମାମଲାକୁ ନେଇ ସୋସାଇଟିର ଲୋକେ କହିଛନ୍ତି ଆମକୁ ବି ଡର ଲାଗୁଛି ଏଭଳି ବ୍ୟବହାର ଆଦୌ ଠିକ ନୁହେଁ ।
ସୂଚନାଯୋଗ୍ୟ, ଭିଡିଓ କରିଥିବା ଗାର୍ଡ କରନ ଚୌଧୁରୀ କହିଛନ୍ତି, ସୋସାଇଟି ଗାର୍ଡ ଗେଟ ଖୋଲିବାକୁ ସାମାନ୍ୟ ବିଳମ୍ବ କରି ଦେଇଥିଲେ । ଭବ୍ୟା ରାୟ ପାର୍କିଂରୁ ଗାଡି ବାହାର କରୁଥିବା ବେଳେ ବିଳମ୍ବ ହେବାରୁ ସେ ଗାଳି ଦେବା ଆରମ୍ଭ କରି ଦେଇଥିଲେ । ଏହି ସମୟର ଭିଡିଓ ଭାଇରାଲ ହେବା ପରେ ଏବେ ଏହା ଚର୍ଚ୍ଚାର ପରିସରକୁ ଆସିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନବୀସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri