Posted inଫୁରସତ

Viral Video: ଗଣ୍ଡା-ହାତୀଙ୍କର ଭୟଙ୍କର ଲଢ଼େଇ, ଦେଖନ୍ତୁ କିଏ ଜିତିଲା

ଲୋକଙ୍କ ଧାରଣା ଯିଏ ଶକ୍ତିଶାଳୀ ଏବଂ ଚତୁର ସେ ହିଁ ଜିତିଥାଏ। ମାତ୍ର ବେଳେବେଳେ ଜୀବଟି କେତେ ଉଚ୍ଚ କିମ୍ବା ଓଜନର ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ହୋଇ ନ ଥାଏ। ଅନେକ ଥର ବଡ଼ ଜୀବମାନେ ଛୋଟ ପ୍ରାଣୀମାନଙ୍କ ଦ୍ୱାରା ବି ପରାସ୍ତ ହୁଅନ୍ତି। ଆଉ ବେଳେବେଳେ ଛୋଟ ପ୍ରାଣୀମାନେ ବଡ଼ ଜୀବମାନଙ୍କର ଶିକାର ହୁଅନ୍ତି। କିନ୍ତୁ ଥରେ ଭାବିଲେ ଯେତେବେଳେ ଶକ୍ତିଶାଳୀ ଜୀବମାନେ ସାମ୍ନାକୁ ଆସନ୍ତି ସେତେବେଳେ ପରିସ୍ଥିତି କ’ଣ ହେବ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ହାତୀ ଏବଂ ଗଣ୍ଡାର ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ପରସ୍ପର ସହିତ ଲଢ଼େଇ କରୁଥିବା ଦେଖିବାକୁ ମିଳିଛି।

@indianwildlifeofficial ନାମକ ଏକ ଇନ୍‌ଷ୍ଟାଗ୍ରାମ ପେଜ୍‌ରେ ଭିଡିଓଟି ଶେୟାର କରାଯାଇଛି। ଏହି ଭିଡିଓରେ ଗୋଟିଏ ଗଣ୍ଡା ତା’ର ଶିଶୁ ସହିତ ଯାଉଛି। ଠିକ୍‌ ସେତିକିବେଳେ ସେଠାକୁ ଏକ ବିରାଟ ଦନ୍ତାହାତୀ ଆସୁଛି। ତା’ ପଛରେ ଆଉ ଏକ ହାତୀ ମଧ୍ୟ ଆସୁଛି। ଏହା ଦେଖି ଗଣ୍ଡା ନିଜ ପିଲାକୁ ବଞ୍ଚାଇବାକୁ ଚେଷ୍ଟା କରୁଛି। ଏହି କାରଣରୁ ସେ ଆସି ହାତୀ ସାମ୍ନାରେ ଠିଆ ହେଉଛି। ହାତୀର ଉଚ୍ଚତା ଏବଂ ଶକ୍ତିରେ ଗଣ୍ଡାଠାରୁ ବଡ଼ ହୋଇଥିଲେ ହେଁ, ଗଣ୍ଡାର ଭୟରେ ହାତୀ ପଛକୁ ଫେରୁଥିବାର ଦେଖିବାକୁ ମିଳିଛି। ଏହି ଭିଡିଓରୁ ଆପଣ ବୁଝିପାରିବେ ଯେ ଜଣେ ମା’ ମଣିଷ ହେଉ କି ପଶୁ, ସେ ନିଜ ସନ୍ତାନକୁ ବଞ୍ଚାଇବା ପାଇଁ ଯେକୌଣସି ପରିସ୍ଥିତିକୁ ସାମ୍ନା କରିବାକୁ ପଛାନ୍ତି ନାହିଁ।

ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧.୨ ଲକ୍ଷ ଲୋକ ଦେଖିଥିବା ବେଳେ ଅନେକ ଲୋକ ମନ୍ତବ୍ୟ ଦେଇ ନିଜର ମତାମତ ଦେଇଛନ୍ତି। ଜଣେ କହିଛନ୍ତି, ମାତାପିତା ସେମାନଙ୍କ ପିଲାମାନଙ୍କୁ ବହୁତ ଭଲ ପାଆନ୍ତି। ଆଉ ଜଣେ କହିଛନ୍ତି, ହାତୀଟି ଗଣ୍ଡାର ବଡ଼ ଶିଙ୍ଗ ଦେଖି ଭୟଭୀତ ହୋଇଥାଇପାରେ। ଅନ୍ୟ ଜଣେ କହିଛନ୍ତି, ହାତୀ ଏତେ ବୁଦ୍ଧିମାନ ଯେ, ଏହା ଜାଣିଶୁଣି ଆକ୍ରମଣ କରି ନାହିଁ। ଜଣେ କହିଛନ୍ତି, ଗଣ୍ଡା ପାଇଁ ତାଳି ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri