Posted inଖେଳ

ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ପୁଣି ଯୁକ୍ତିତର୍କ କରି ଚର୍ଚ୍ଚାରେ କୋହଲି; ଭିଡିଓରେ ଦେଖନ୍ତୁ ପୁରା ଘଟଣା

ପର୍ଲ,୨୦।୧: ବିରାଟ କୋହଲି ଆଉ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ନାହାନ୍ତ ସତ କିନ୍ତୁ ପଡ଼ିଆରେ ତାଙ୍କ ଆକ୍ରୋଶ ଅକ୍ଷୁର୍ଣ୍ଣ ରହିଛି। ନିକଟରେ ଷ୍ଟମ୍ପ ମାଇକ୍‌ରେ କ୍ରୋଧ ଜାହିର କରିବାକୁ ନେଇ ସେ ସମାଲୋଚିତ ହୋଇଥିବା ବେଳେ ପୁଣି ଥରେ ସେ ନିଜର ଆଚରଣକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆରେ ଟେମ୍ବା ବଭୁମାଙ୍କ ସହ କୋହଲିଙ୍କ ଯୁକ୍ତିତର୍କ ହୋଇଥିଲା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଦକ୍ଷିଣ ଆଫ୍ରିକା ଇନିଂସର ୩୬ତମ ଓଭରରେ କୋହଲି ଏବଂ ବଭୁମାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ବଭୁମା ଖେଳିଥିବା ଶର୍ଟ କଭର୍‌ ଅଞ୍ଚଳରେ ଥିବା କୋହଲିଙ୍କ ଆଡ଼କୁ ଯାଇଥିଲେ। ଏହାପରେ ସେ ଦ୍ରୁତ ଗତିରେ ଉଇକେଟ କିପର ଋଷଭ ପନ୍ତଙ୍କ ନିକଟକୁ ବଲ୍‌ ଫିଙ୍ଗିଥିଲେ। ଥ୍ରୋ ଏତେ ଦ୍ରୁତ ଗତିରେ ଥିଲା ଯେ ପନ୍ତ ବଲ୍‌ ଧରିପାରି ନ ଥିଲେ। ଏହାକୁ ନେଇ କୋହଲିଙ୍କ ପ୍ରତିକ୍ରିୟାକୁ ନେଇ ବଭୁମା ଅସନ୍ତୋଷ ବ୍ୟକ୍ତ କରିଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। କୋହଲିଙ୍କ ଯୋଗୁ ତାଙ୍କ ଦେହରେ ବଲ୍‌ ବାଜିଥାନ୍ତା ବୋଲି ବଭୁମା ଅନୁଭବ କରିଥିଲେ। ଏବେ ଏହି ଘଟଣାର ଭିଡିଓ ଭାଇରାଲ ହେଉଥିବା ବେଳେ କୋହଲି ଯେମିତି ଥିଲେ ସେମିତି ରହିଥିବା ଅନେକ ମତ ରଖୁଛନ୍ତି।

ଦେଖନ୍ତୁ ଭିଡିଓ:

Words exchange between Virat and Temba Bavuma pic.twitter.com/YpOCJFzIEC

— Rajwardhan (@im_Rajwardhan) January 19, 2022


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri