Viral Video: ଘୋଡ଼ା ଚଢ଼ି ଖାଦ୍ୟ ପହଞ୍ଚାଇଲେ ଜୋମାଟୋ ଡେଲିଭରି ବୟ…

ହାଇଦ୍ରାବାଦ,୩।୧ : ସାଧାରଣ ଜନତାଙ୍କୁ ମଧ୍ୟ ପ୍ରଭାବିତ କରିବା ଆରମ୍ଭ କରିଥିବା ନୂଆ ହିଟ ଏବଂ ରନ ଆଇନ ଉପରେ ସାରା ଦେଶରେ ଟ୍ରକ ଡ୍ରାଇଭରମାନେ ଧର୍ମଘଟ କରିଥିଲେ। ଏହି ଧର୍ମଘଟ ଯୋଗୁଁ ଦେଶର ଅନେକ ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲ ପରିବହନ ହୋଇପାରି ନ ଥିଲା। ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜୋମାଟୋ ଡେଲିଭରି ବୟ ବାଇକ ବଦଳରେ ଘୋଡା ଚଢ଼ି ଲୋକଙ୍କ ଘରେ ଖାଦ୍ୟ ଯୋଗାଉଛନ୍ତି। ଏହି ଭିଡିଓ ଯେତିକି ମଜାଦାର, ସେଥିରେ ଥିବା ୟୁଜରଙ୍କ ମନ୍ତବ୍ୟଗୁଡିକ ମଧ୍ୟ ମଜାଳିଆ ରହିଛି ।

ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜୋମାଟୋ ଡେଲିଭରି ବୟ କାନ୍ଧରେ ବ୍ୟାଗ ଧରି ରାସ୍ତାରେ ଘୋଡା ଚଢ଼ି ଯାଉଥିବାର ନଜର ଆସିଛନ୍ତି। ଜୋମାଟୋ ବୟ ରାସ୍ତାରେ ଘୋଡା ଚଢ଼ି ଯାଉଥିବା ଦେଖି ହଠାତ ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ଏହି ଲୋକମାନଙ୍କ ମଧ୍ୟରୁ ଜଣେ ଏହି ଘଟଣାର ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏହା ପରେ ଭିଡିଓଟି ଶୀଘ୍ର ଇଣ୍ଟରନେଟରେ ଭାଇରାଲ ହୋଇଥିଲା। କୁହାଯାଉଛି ଏହି ଭିଡିଓ ହାଇଦ୍ରାବାଦ ସହରରୁ ଆସିଛି।

ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରିଛନ୍ତି। ଏହା ସହିତ, ଅନେକ ୟୁଜର ଏହି ଭିଡିଓ ଉପରେ ବହୁତ ଆକର୍ଷଣୀୟ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର ଭିଡିଓ କମେଣ୍ଟରେ ଲେଖିଛନ୍ତି, ଏଭଳି ଚମତ୍କାର ଲୋକ କେବଳ ଭାରତରେ ଦେଖିବାକୁ ମିଳନ୍ତି। ଅନ୍ୟ ଜଣେ ୟୁଜର ଲେଖିଛନ୍ତି ମୋ ଦେଶ ବଦଳୁଛ। କିଛି ୟୁଜର ଏହି ଘଟଣାକୁ ଏକ ଶୋ ଗେମ ବୋଲି କହିଛନ୍ତି। କିଛି ଲୋକ ଏପରିକି କହିଛନ୍ତି ଜୋମାଟୋ ବୟ ପ୍ରସିଦ୍ଧ ହେବା ପାଇଁ ଏସବୁ କରୁଛନ୍ତି।’

 


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri