Posted inଖେଳ

ନାଗୀନ ଡ୍ୟାନ୍ସ କଲେ ବିରାଟ କୋହଲି, ଭିଡିଓ ଭାଇରାଲ୍

ରାୟପୁର,୩।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ବ୍ୟାଟର ବିରାଟ କୋହଲି କେବଳ ଲଗାତାର ଦ୍ୱିତୀୟ ଶତକ ହାସଲ କରିନାହାଁନ୍ତି, ବରଂ ତାଙ୍କର ପୁରୁଣା ଆକ୍ରମକ ଶୈଳୀର ପ୍ରତ୍ୟାବର୍ତ୍ତନ ମଧ୍ୟ ଦେଖିବାକୁ ମିଳିଛି। ତାଙ୍କର କ୍ରିକେଟର ଏହି ଫର୍ମକୁ ଫେରିବା ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଭରି ଦେଇଛି।

ରାଞ୍ଚିରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ୧୩୫ ରନ୍ କରିବା ପରେ ବୁଧବାର ସେ ୯୩ ବଲ୍‌ରେ ୧୦୨ ରନ୍ କରି ତାଙ୍କର ୮୪ତମ ଅନ୍ତର୍ଜାତୀୟ ଶତକ ପୂରଣ କରିଛନ୍ତି। ସେ ଓ ଋତୁରାଜ ଗାଏକୱାଡ୍ (୧୦୫ ରନ୍) ତୃତୀୟ ୱିକେଟ୍ ପାଇଁ ୧୯୫ ରନର ବିଶାଳ ଭାଗିଦାରୀ କରିଥିଲେ।

ଫିଲ୍ଡିଂ ସମୟରେ କୋହଲି ପୂର୍ବପରି ଉତ୍ସାହ ଓ ଆକ୍ରମକତା ଦେଖାଇଥିଲେ। ଅର୍ଶଦୀପ ସିଂଙ୍କ ବଲରେ କ୍ୱିଣ୍ଟନ୍ ଡି କକ୍ ଆଉଟ୍ ହେବା ପରେ କୋହଲିଙ୍କୁ ପିଚ୍ ନିକଟରେ ‘ନାଗିନ୍ ଡ୍ୟାନ୍ସ’ ଭଙ୍ଗୀରେ ଉତ୍ସବ ପାଳନ କରୁଥିବା ଦେଖିବାକୁ ମିଳିଥିଲା, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

କୋହଲିଙ୍କ ଏହି ବ୍ୟାଟିଂ ଫର୍ମ ଓ ଉତ୍ସାହ ଦେଖି କ୍ରିକେଟ୍ ପ୍ରଶଂସକମାନେ ଉଲ୍ଲସିତ ହୋଇଛନ୍ତି ଏବଂ ଏହାକୁ ‘ପୁରୁଣା VK ୧୮’ର ପ୍ରତ୍ୟାବର୍ତ୍ତନ ବୋଲି କହୁଛନ୍ତି। ବର୍ତ୍ତମାନ କୋହଲି ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର ରେକର୍ଡକୁ ପିଛା କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ, ଜିଲାପାଳ…

ପୁରୁଷୋତ୍ତମ ପୁର,୧୦।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି ‌। ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି…

ଯୁଦ୍ଧ ମଧ୍ୟରେ ‘ମୋଦିଙ୍କ ଗୋଟିଏ କଲ…’, ବୟାନକୁ ନେଇ ହେଲାଣି ଚର୍ଚ୍ଚା

ତେହରାନ୍‌,୧୦।୩: ଭାରତରେ ଅବସ୍ଥାପିତ UAEର ପ୍ରଥମ ରାଷ୍ଟ୍ରଦୂତ ହୁସେନ ହାସନ ମିର୍ଜା କହିଛନ୍ତି ଯେ ତାଙ୍କ ଦେଶ ଇରାନ-ଇସ୍ରାଏଲ ବିବାଦରେ ସାମିଲ ହେବାକୁ ଇଚ୍ଛା କରେ ନାହିଁ,…

ଗର୍ଜିଲେ ଚାଷୀ: ଅଧେ ଚାଷୀଙ୍କୁ ଉଠାଇନେଲା ପୋଲିସ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ବିଭିନ୍ନ ଗ୍ରାମର ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ…

ବି.ଏଡ୍‌ ନାମଲେଖା ପାଇଁ ଆଜି ଏନ୍‌ସିଇଟି ଆବେଦନର ଶେଷ ତାରିଖ

ଭୁବନେଶ୍ୱର,୧୦ା୩ (ସୁଚିସ୍ମିତା ସାହୁ): ୪ ବର୍ଷିଆ ବି.ଏଡ୍‌ରେ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷା ନ୍ୟାଶନାଲ କମନ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ସିଇଟି)-୨୦୨୬ର ଆବେଦନ ମଙ୍ଗଳବାର ଶେଷ ହେଉଛି। ରାତି ୧୧ଟା ୫୦…

ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, କହିଲେ ୨୦ ଗୁଣା ଅଧିକ କରିବେ ଆକ୍ରମଣ

ଓ୍ବାଶିଂଟନ,୧୦।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଦ୍ୱାରା ତୈଳ ଯୋଗାଣ ବନ୍ଦ କରିବା ବିରୁଦ୍ଧରେ ଏକ କଠୋର ଚେତାବନୀ ଦେଇଛନ୍ତି।…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ: ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ୨୫% କଟିବ ଦରମା

ନୂଆଦିଲ୍ଲୀ,୧୦ା୩: ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ଏକ ବିପର୍ଯ୍ୟୟ ପାଲଟିଛି । ପରିସ୍ଥିତି ଏପରି ହୋଇଛି ଯେ ସୋମବାର ପାକିସ୍ତାନର ପ୍ରଧାନମନ୍ତ୍ରୀ…

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୦।୩: ICC ୨୦୨୬ ଟି-୨୦ ବିଶ୍ୱକପ ପାଇଁ ‘ଟିମ ଅଫ ଦି ଟୁର୍ଣ୍ଣାମେଣ୍ଟ’ ଘୋଷଣା କରିଛି। ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ଚାରି ଜଣ ଖେଳାଳିଙ୍କୁ ଏହି…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri