Posted inଖେଳ

ଧୋନୀ-ଯୁବରାଜଙ୍କ ୧୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ବିରାଟ-ହାର୍ଦ୍ଦିକ

ମେଲବୋର୍ନ,୨୪।୧୦: ଭାରତୀୟ କ୍ରିକେଟ ଟିମ୍‌ ରବିବାର ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ମ୍ୟାଚ୍‌ରେ ବିଜେତା ହୋଇ ଟି୨୦ ବିଶ୍ୱକପ୍‌ ୨୦୨୨ରେ ନିଜର ଅଭିଯାନ ଆରମ୍ଭ କରିଛି। ଏହି ବିଜୟ ପାଇଁ ୧୬୦ରନ୍‌ର ଲକ୍ଷ୍ୟ ରହିଥିଲା। ପ୍ରାରମ୍ଭିକ ଉଇକେଟ ପତନ ପରେ ବିରାଟ କୋହଲି ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଭାରତର ମଙ୍ଗ ସମ୍ଭାଳିଥିଲେ। ଉଭୟଙ୍କ ମଧ୍ୟରେ ୫ମ ଉଇକେଟ ଲାଗି ଶତକୀୟ ଭାଗିଦାରୀ ଗଠିତ ହୋଇଥିଲା।

ଭାରତୀୟ ଟିମ୍‌ ୬.୧ ଓଭରରେ ୩୧ ରନ୍‌ରେ ୪ ଉଇକେଟ ହରାଇଥିଲା। ଏଭଳି କଠିନ ସମୟରେ କୋହଲି ଏବଂ ପାଣ୍ଡ୍ୟାଙ୍କ ଯୋଡ଼ି ମୋର୍ଚ୍ଚା ସମ୍ଭାଳିଥିଲେ। ଉଭୟ ୭୮ ବଲ୍‌ରେ ୧୧୩ ରନ୍‌ର ଭାଗିଦାରି କରିଥିଲେ। ଫଳରେ ଭାରତୀୟ ଦଳ ବିଜୟର ଦ୍ୱାରଦେଶରେ ପହଞ୍ଚିଥିଲା। ପାଣ୍ଡ୍ୟା ୩୭ ବଲ୍‌ରେ ୪୦ ରନ୍‌ କରିଥିଲେ।

କୋହଲି-ପାଣ୍ଡ୍ୟାଙ୍କ ଭାଗିଦାରି ଅନେକ ରେକର୍ଡ କରିଛି। ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ବିପକ୍ଷରେ ଶତକୀୟ ଭାଗିଦାରୀ କରିଥିବା ପ୍ରଥମ ଭାରତୀୟ ଯୋଡ଼ି ଏହା ପାଲଟିଛି। ପୂର୍ବରୁ ଯୁବରାଜ ସିଂହ ଏବଂ ଏମ୍‌ଏସ୍‌ ଧୋନୀଙ୍କ ନାମରେ ଏହି ରେକର୍ଡ ଥିଲା। ଉଭୟ୨୦୧୨ରେ ୯୭ ରନ୍‌ର ଭାଗିଦାରୀ କରି ଦଳକୁ ଜିତାଇଥିଲେ। ଏବେ ତାଙ୍କ ସ୍ଥାନରେ ପାଣ୍ଡ୍ୟା ଏବଂ କୋହଲି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri