Posted inଖେଳ

ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍‌

ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ପେସ୍‌ ବୋଲର ଜସପ୍ରୀତ୍‌ ବୁମ୍‌ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍‌ଡେ ସିରିଜ୍‌ରୁ ବାଦ୍‌ ଦିଆଯିବାର ସମ୍ଭାବନା ରହିଛି । ଏହି ସ୍ଥିତିରେ ହାର୍ଦ୍ଦିକ ପାଣ୍ଡ୍ୟା କିମ଼୍ବା କେଏଲ୍‌ ରାହୁଲଙ୍କୁ ଅଧିନାୟକ ଭାର ଦିଆଯାଇପାରେ । କୁହାଯାଉଛି ଯେ ଏହି ତିନି ଖେଳାଳି ବିସିସିଆଇକୁ ଛୁଟି ମାଗିଛନ୍ତି ।

ରୋହତ ଶର୍ମା ୬ ମାସ ହେବ ବ୍ରେକ୍‌ ନେଇ ନାହାନ୍ତି । ଡିସେମ଼୍ବର-ଜାନୁଆରାରେ ଖେଳା ଯାଇଥିବା ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ୍‌ ପରେ ସେ ସମସ୍ତ ସିରିଜ୍‌ ଖେଳିଛନ୍ତି । ରୋହିତ ଏବଂ ବିରାଟ ଚମ୍ପିୟନ୍ସ ଟ୍ରଫି ପୂର୍ବରୁ ଇଂଲଣ୍ଡ ବିପକ୍ଷରେ ୫୦ ଓଭର ବିଶିଷ୍ଟ ୩ ମ୍ୟାଚ୍‌ ଖେଳିବେ । ଏହା ସେମାନଙ୍କ ଅଭ୍ୟାସ ପାଇଁ ଯଥେଷ୍ଟ ବୋଲି ବିସିସିଆଇ କହିଛି । ଆଗାମୀ କିଛି ମାସ ମଧ୍ୟରେ ଦୁହେଁ ଟେଷ୍ଟ ମ୍ୟାଚ୍‌କୁ ପ୍ରାଥମିକତା ଦେବେ । ଭାରତ ସେପ୍ଟେମ଼୍ବରରୁ ଜାନୁଆରୀ ୨୦୨୫ ମଧ୍ୟରେ ୧୦ ଟେଷ୍ଟ ମ୍ୟାଚ୍‌ ଖେଳିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri