Posted inଖେଳ

କେବଳ କୋହଲି ନୁହେଁ, ପ୍ରଥମେ କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି ଏହି ୧୦ ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କନ୍ୟା ସନ୍ତାନର ଜନକ ହୋଇଛନ୍ତି। ଏହାପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। କେବଳ କୋହଲି ନୁହଁନ୍ତି ପୂର୍ବରୁ ମଧ୍ୟ ଅନେକ ଭାରତୀୟ କ୍ରିକେଟର୍‌ ଅଛନ୍ତି, ଯେଉଁମାନଙ୍କ ପ୍ରଥମ ସନ୍ତାନ କନ୍ୟା ହୋଇଛି। ଆସନ୍ତୁ ଜାଣିବା ସେହି ୧୦ କ୍ରିକେଟର୍‌ଙ୍କ ବିଷୟରେ।

ଉମେଶ ଯାଦବ
ଭାରତୀୟ ପେସ୍‌ ବୋଲର୍‌ ଉମେଶ ଯାଦବ ନିକଟରେ କନ୍ୟା ସନ୍ତାନର ପିତା ହୋଇଛନ୍ତି। ଗତ ଜାନୁଆରୀ ୧ରେ ତାଙ୍କ ସ୍ତ୍ରୀ ତାନ୍ୟା ବାଧଓ୍ବା କନ୍ୟା ସନ୍ତାନ ଜନ୍ମ ଦେଇଥିଲେ।
ରୋହିତ ଶର୍ମା
ଭାରତୀୟ ଓପନର୍‌ ରୋହିତ ଶର୍ମାଙ୍କ ସ୍ତ୍ରୀ ରିତିକା ସଜଦେହ ୨୦୧୮ ଡିସେମ୍ପର ୩୦ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହା ଉଭୟଙ୍କ ପ୍ରଥମ ସନ୍ତାନ।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଥମ ସନ୍ତାନ ଝିଅ ହୋଇଥିଲା। ସ୍ତ୍ରୀ ସାକ୍ଷୀ ୨୦୧୫ ଫେବୃୟାରୀ ୬ରେ ଜିଭାଙ୍କୁ ଜନ୍ମ ଦେଇଥିଲେ।

ରବିଚନ୍ଦ୍ରନ ଅଶ୍ୱିନ୍‌
ଭାରତୀୟ ସ୍ପିନ୍‌ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନ୍‌ ୨ଟି ଝିଅର ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ପ୍ରିଥି ନାରାୟଣ ୨୦୧୫ରେ ପ୍ରଥମ ଝିଅ ଏବଂ ୨୦୧୬ରେ ଦ୍ୱିତୀୟ ଝିଅ ଜନ୍ମ ଦେଇଥିଲେ।

ମହମ୍ମଦ ସାମି
ଭାରତୀୟ ପେସ୍‌ ବୋଲର୍‌ ମହମ୍ମଦ ସାମି ୨୦୧୫ ଜୁଲାଇ ୧୮ରେ କନ୍ୟା ସନ୍ତାନର ପିତା ହୋଇଥିଲେ। ଅବଶ୍ୟ ସ୍ବାମୀ-ସ୍ତ୍ରୀ ଝଗଡା ଯୋଗୁ ଝିଅଠାରୁ ସେ ଦୂରରେ ରହୁଛନ୍ତି।

ଅଜିଙ୍କେ ରାହାଣେ
ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କେ ରାହାଣେ କନ୍ୟା ସନ୍ତାନର ଜନକ ହୋଇଛନ୍ତି। ସ୍ତ୍ରୀ ରାଧିକା ୨୦୧୯ ଅକ୍ଟୋବରରେ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ।

ଚେତେଶ୍ୱର ପୂଜାରା
ଭାରତୀୟ ଟେଷ୍ଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ୨୦୧୮ ଫେବୃୟାରୀ ୧୮ରେ କନ୍ୟା ସନ୍ତାନର ପିତା ହୋଇଥିଲେ।

ସୌରଭ ଗାଙ୍ଗୁଲି
ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ପ୍ରଥମ ସନ୍ତାନ ଝିଅ ହୋଇଥିଲା। ସ୍ତ୍ରୀ ଡୋନା ୨୦୦୧ ନଭେମ୍ବର ୩ରେ ସନାଙ୍କୁ ଜନ୍ମ ଦେଇଥିଲେ।

ସଚିନ ତେନ୍ଦୁଲକର
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ମଧ୍ୟ ପ୍ରଥମ ସନ୍ତାନ ଝିଅ ହୋଇଥିଲା। ୧୯୯୭ ଅକ୍ଟୋବର ୧୨ରେ ସ୍ତ୍ରୀ ଅଞ୍ଜଳି ସାରାଙ୍କୁ ଜନ୍ମ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?