Posted inଖେଳ

‘ବିରାଟ-ଅନୁଷ୍କାଙ୍କ ସନ୍ତାନ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳୁ’

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ଜାନୁଆରୀରେ ତପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ବିରାଟ ସ୍ତ୍ରଙ୍କ ସହ ସମୟ ବିତାଇବା ପାଇଁ ସିରିଜ୍‌ ଅଧାରୁ ଛାଡି ଭାରତ ଫେରୁଛନ୍ତି। ଯଦିଓ କୋହଲିଙ୍କ ନିଷ୍ପତ୍ତି କିଛି ଲୋକଙ୍କ ପାଇଁ ଗ୍ରହଣୀୟ ନୁହେଁ, କିଛି ଲୋକ ତାଙ୍କୁ ଅଜବ ଉପଦେଶ ଦେଉଛନ୍ତ। ଅଷ୍ଟ୍ରେଲିଆର ମହିଳା ଉପସ୍ଥାପିକା ବିରାଟ କୋହଲିଙ୍କୁ ମଧ୍ୟ କିଛି ମଜାଦାର ପରାମର୍ଶ ଦେଇଛନ୍ତି। ଅଷ୍ଟ୍ରେଲିୟା ମହିଳା କ୍ରିକେଟ ଆଙ୍କର୍‌ କ୍ଲୋ ଅମାଣ୍ଡା ବେଲି ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ଅଷ୍ଟ୍ରେଲିଆରେ ଏକ ସନ୍ତାନ ଜନ୍ମ ଦେବାକୁ ପରାମର୍ଶ ଦେଇଛନ୍ତି। ଯାହା ଦ୍ୱାରା ସେ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳିବେ ଏବଂ ସେଠାରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ହେବେ। ଏହି ମହିଳା ଆଙ୍କର୍‌ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଆକର୍ଷଣୀୟ ମିମ ସହିତ ବିରାଟ-ଅନୁଷ୍କାଙ୍କୁ ପରାମର୍ଶ ଦେଇଛନ୍ତି। ମିମରେ ବଲିଉଡର ହେରାଫେରୀ ଅଭିନେତା ପରେଶ ରାୱଲଙ୍କ ସଂଳାପ ଦେଇଛନ୍ତି। ସୂଚନାଯୋଗ୍ୟ, ଆଡିଲେଡ ଟେଷ୍ଟରେ ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡିଥିଲା। ଦ୍ୱିତୀୟ ଇନିଂସରେ ବିରାଟ କୋହଲିଙ୍କ ଦଳ ମାତ୍ର ୩୬ ରନରେ ୯ ଉଇକେଟ୍‌ ହରାଇ ପାଳିସମାପ୍ତ ଘୋଷଣା କରିଥିଲା। ଏହି ସିରିଜରେ ଟିମ ଇଣ୍ଡିଆ ୦-୧ ପଛରେ ଅଛି ଏବଂ ବିରାଟ କୋହଲି ପୈତୃକ ଛୁଟି ନେଇ ଭାରତକୁ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri