Posted inଖେଳ

୨୦୨୩ରେ ସବୁଠାରୁ ଲୋକପ୍ରିୟ ଖେଳାଳିଙ୍କ ତାଲିକାରେ ରହିଛି କୋହଲିଙ୍କ ନାଁ, ଜାଣନ୍ତୁ କେତେ ନମ୍ବରରେ ଅଛନ୍ତି ରୋନାଲ୍ଡୋ

ନୂଆଦିଲ୍ଲୀ,୩୦।୧୦: ୨୦୨୩ ବର୍ଷ ଭାରତୀୟ କ୍ରିକେଟ ଦଳର ଖେଳାଳି ବିରାଟ କୋହଲିଙ୍କ ପାଇଁ ବହୁତ ଭଲ ରହିଛି। ଚଳିତ ବର୍ଷ ଟିମ ଇଣ୍ଡିଆ ପାଇଁ ସର୍ବାଧିକ ରନ ସ୍କୋର କରିବାରେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। କୋହଲି ବିଶ୍ୱକପ୍‌ ୨୦୨୩ରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ । ତେବେ ୨୦୨୩ ବର୍ଷର ବିଶ୍ୱର ଶ୍ରେଷ୍ଠ ୫ ଜଣ ଖେଳାଳି ତାଲିକାରେ କୋହଲି ସାମିଲ ହୋଇଛନ୍ତି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି କି କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଲିଓନେଲ ମେସି ମଧ୍ୟ ଏହି ତାଲିକାରେ ଅଛନ୍ତି।

ବାସ୍ତବରେ ହାପର୍‌ ଏଚ୍‌କ୍ୟୁ ଏକ ତାଲିକା ପ୍ରକାଶ କରିଛି। ଏଥିରେ ଚଳିତ ବର୍ଷ ଦୁନିଆର ଶ୍ରେଷ୍ଠ ୫ ଲୋକପ୍ରିୟ ଖେଳାଳିଙ୍କ ନାମ ରହିଛି । ଏହି ତାଲିକାରେ ପର୍ତ୍ତୁଗାଲର କିମ୍ବଦନ୍ତୀ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଶୀର୍ଷରେ ଅଛନ୍ତି। ଚଳିତ ବର୍ଷ ରୋନାଲ୍ଡୋ ସବୁଠାରୁ ଲୋକପ୍ରିୟ ଖେଳାଳି। ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲର୍‌ ଲିଓନେଲ ମେସି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ରୋନାଲ୍ଡୋ ଏବଂ ମେସିଙ୍କ ପ୍ରଦର୍ଶନ ଶକ୍ତିଶାଳୀ ହୋଇଛି। ଏହି ତାଲିକାରେ ବିରାଟ କୋହଲିଙ୍କ ନାମ ତୃତୀୟ ସ୍ଥାନରେ ରହିଛି। ଶ୍ରେଷ୍ଠ ୫ରେ କୋହଲି ଏକମାତ୍ର କ୍ରିକେଟର।

ଯଦି ଆମେ ବିଶ୍ୱକପ୍‌ ୨୦୨୩କୁ ଦେଖିବା, କୋହଲି ସର୍ବାଧିକ ରନ ସ୍କୋର କରିବାରେ ଶୀର୍ଷରେ ଅଛନ୍ତି। ୧୧ଟି ମ୍ୟାଚରେ କୋହଲି ୭୬୫ ରନ୍‌ ସଂଗ୍ରହ କରିଥିଲେ। ଏହି ସମୟରେ ସେ ୩ ଶତକ ଏବଂ ୬ ଅର୍ଦ୍ଧଶତକ ହାସଲ କରିଥିଲେ। ସେହିପରି ରୋହିତ ଶର୍ମା ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ରୋହିତ ୧୧ ଟି ମ୍ୟାଚରେ ୫୯୭ରନ ସଂଗ୍ରହ କରିଥିଲେ। ଏହିସମୟରେ ରୋହିତ ଗୋଟିଏ ଶତକ ଏବଂ ତିନି ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri