Posted inଖେଳ

ବିରାଟ ମାଇଲଷ୍ଟୋନଠାରୁ ୬ ରନ୍‌ ଦୂରରେ କୋହଲି

ଅହମ୍ମଦାବାଦ,୪।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌। ଅଧିନାୟକ ଭାବେ କ୍ୟାରିୟର ଶେଷ ହେବା ପରେ ମଧ୍ୟ ବରିଷ୍ଠ ବ୍ୟାଟର ବିରାଟ କୋହଲିଙ୍କ ପ୍ରଦର୍ଶନ ଉପରେ ସଭିଙ୍କ ଦୃଷ୍ଟିରେ ରହିବ। ଏହି ମ୍ୟାଚ୍‌ରେ ପୂର୍ବତନ ଅଧିନାୟକ ଦୁଇ ବର୍ଷ ହେଲା ଜାରି ରହିଥିବା ଶତକ ମରୁଡି ଶେଷ କରିପାରନ୍ତି। ଏହା ଛଡ଼ା ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ହାସଲ ଲକ୍ଷ୍ୟରେ ରହିବେ ୩୩ ବର୍ଷୀୟ ବ୍ୟାଟର।

ଭାରତ ମାଟିରେ ୫ ହଜାର ରନ୍‌ ପୂରଣ କରିବା ପାଇଁ କୋହଲିଙ୍କୁ ଆଉ ମାତ୍ର ୬ ରନ୍‌ ଦରକାର। ଏହି ରନ୍‌ ହାସଲ କରିବା କୋହଲିଙ୍କ ଲାଗି ବଡ଼ କଥା ନୁହେଁ। ଏଭଳି ହେଲେ ସେ ବିଶ୍ୱର ଦ୍ୱିତୀୟ ବ୍ୟାଟର ଭାବେ ଭାରତୀୟ ମାଟିରେ ୫ହଜାର ରନ୍‌ ପୂରଣ କରିବେ। ଏପର୍ଯ୍ୟନ୍ତ କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକର ଏକମାତ୍ର ଖେଳାଳି ଏହି ମାଇଲଷ୍ଟୋନ ହାସଲ କରିଥିଲେ।

କୌତୁହଳର କଥା ହେଲା, ସଚିନ ଭାରତରେ ୫୦୦୦ ଦିନିକିଆ ରନ୍‌ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ରେ ପୂରଣ କରିଥିଲେ। ଆଉ ସମାନ ଘଟଣା ଘଟିବାକୁ ଯାଉଛି କୋହଲିଙ୍କ କ୍ଷେତ୍ରରେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri