Posted inଖେଳ

ରୋହିତଙ୍କ ପରେ ବିରାଟ ମାନିଲେ ଗମ୍ଭୀରଙ୍କ କଥା, ଏବେ ଖେଳିବେ…

ନୂଆଦିଲ୍ଲୀ,୧୮।୭: ଟିମ ଇଣ୍ଡିଆର ନୂତନ କୋଚ ଗୌତମ ଗମ୍ଭୀର ରୋହିତ ଶର୍ମାଙ୍କ ପରେ ଶ୍ରୀଲଙ୍କାରେ ଦିନିକିଆ ସିରିଜ ଖେଳିବାକୁ ବିରାଟ କୋହଲିଙ୍କୁରାଜି କରାଇଦେଇଛନ୍ତି। ଏହା ପୂର୍ବରୁ ବିରାଟ ଏବଂ ରୋହିତ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ସିରିଜ ଖେଳିବେ ନାହିଁ ବୋଲି ଖବର ଆସିଥିଲା। ତେବେ କୋଚ ଗମ୍ଭୀରଙ୍କ ଅନୁରୋଧ କ୍ରମେ ଉଭୟ କିମ୍ବଦନ୍ତୀ ଚୟନ ପାଇଁ ଉପଲବ୍ଧ ।

ରିପୋର୍ଟ ଅନୁଯାୟୀ, ରୋହିତଙ୍କ ପରେ ବିରାଟ କୋହଲି ମଧ୍ୟ ଶ୍ରୀଲଙ୍କାରେ ଦିନିକିଆ ସିରିଜ ଖେଳିବେ ବୋଲି ନିଶ୍ଚିତ ହୋଇଛି। ତେବେ ପୂର୍ବରୁ ଖବର ଆସିଥିଲା ଯେ କ୍ରମାଗତ ୬ ମାସ କ୍ରିକେଟ ଖେଳିବା କାରଣରୁ ବିରାଟ କୋହଲି, ରୋହିତ ଶର୍ମା ଏବଂ ଜସପ୍ରୀତ ବୁମ୍‌ବରା ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବେ ନାହିଁ। ତିନିଜଣ ଭେଟେରାନଙ୍କୁ ବିଶ୍ରାମ ଦେବାକୁ ବୋର୍ଡ ମଧ୍ୟ ପ୍ରସ୍ତୁତ ଅଛି। ତେବେ ବର୍ତ୍ତମାନ ରୋହିତ, କୋହଲି ଖେଳିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ଖବର ଆସିଛି। ତେବେ ଜସପ୍ରୀତ ବୁମ୍‌ରା ଟି -୨୦ ଏବଂ ଦିନିକିଆ ସିରିଜ ଖେଳିବେ ନାହିଁ। କାର୍ଯ୍ୟଭାରକୁ ବିଚାରକୁ ନେଇ ବୁମ୍‌ରାଙ୍କୁ ଉଭୟ ଫର୍ମାଟର କ୍ରମରେ ବିଶ୍ରାମ ଦିଆଯିବ ।

ସୂଚନାଯୋଗ୍ୟ, ୨୦୨୪ ଟି -୨୦ ବିଶ୍ୱକପ୍‌ ଜିତିବା ପରେ ରୋହିତ ଶର୍ମା ଏବଂ ବିରାଟ କୋହଲି ଅବସର ନେଇଥିଲେ। ଏହି ଦୁଇଜଣଙ୍କ ବ୍ୟତୀତ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ ଟି -୨୦ ଇଣ୍ଟରନ୍ୟାଶନାଲକୁ ବିଦାୟ ଦେଇଛନ୍ତି। ତେବେ ରୋହିତ ଏବଂ ବିରାଟ ଦେଶ ପାଇଁ ଦିନିକିଆ ଏବଂ ଟେଷ୍ଟ କ୍ରିକେଟ ଖେଳିବା ଜାରି ରଖିବେ।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?