Posted inଖେଳ

ଏକାଠି ମାଇଲଷ୍ଟୋନ ହାସଲ କରିପାରନ୍ତି କୋହଲି-ରାହାନେ

ଜୋହାନ୍ସବର୍ଗ,୨।୧: ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ଓ ଅଜିଙ୍କ୍ୟ ରାହାନେ ସ୍ଥାନୀୟ ଓ୍ବାଣ୍ଡରର୍ସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୋମବାରଠାରୁ ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ଏକାଠି ବ୍ୟକ୍ତିଗତ ମାଇଲଷ୍ଟୋନ ହାସଲ କରିପାରନ୍ତି। ଦୁହେଁ ଟେଷ୍ଟ କ୍ରିକେଟରେ ୧୦୦ କ୍ୟାଚ୍‌ ନେବା ଠାରୁ ଅଳ୍ପ ଦୂରରେ ଅଛନ୍ତି। କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କ ତାଲିକାରେ ସାମିଲ ହେବା ପାଇଁ କୋହଲିଙ୍କୁ ମାତ୍ର ୨ଟି କ୍ୟାଚ୍‌ ଦରକାର ଥିବା ବେଳେ ତାଙ୍କଠୁ ଗୋଟିଏ ଅଧିକ କ୍ୟାଚ୍‌ ଧରିବା ଦରକାର ରାହାନେଙ୍କୁ।

ଟେଷ୍ଟ କ୍ରିକେଟ ଇତିହାସରେ ୧୦୦ କିମ୍ବା ତତୁର୍ଦ୍ଧ୍ୱ କ୍ୟାଚ୍‌ ନେଇଥିବା ଖେଳାଳିଙ୍କ ତାଲିକାରେ ମାତ୍ର ୫ ଭାରତୀୟ ଅଛନ୍ତି। ଏହି ତାଲିକାରେ ୨୦୯ କ୍ୟାଚ୍‌ ସହ ଶୀର୍ଷରେ ଅଛନ୍ତି ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌। ତାଙ୍କ ପଛକୁ ଭିଭିଏସ୍‌ ଲକ୍ଷ୍ମଣ (୧୩୫), ସଚିନ ତେନ୍ଦୁଲକର(୧୧୫), ସୁନିଲ ଗାଭାସ୍କର (୧୦୮) ଓ ମହମ୍ମଦ ଆଝାରୁଦ୍ଦିନ (୧୦୫)।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri