କରୋନା ଆକ୍ରାନ୍ତଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଲେ ବିରାଟ-ଅନୁଷ୍କା

ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଜାରିରହିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିକି ଭାରତରେ ପ୍ରତିଦିନ ୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

ଏହି ପରିସ୍ଥିତିରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କରୋନା ରୋଗୀଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଅନ୍‌ଲାଇନ୍‌ ଜରିଆରେ କରୋନା ଆକ୍ରାନ୍ତଙ୍କ ପାଇଁ ଅର୍ଥ ଯୋଗାଡ଼ କରିବାକୁ ବିରୁଷ୍କା ଏକ ଅଭିଯାନ ଆରମ୍ଭ କରିଛନ୍ତି। ଟୁଇଟରରେ ଏକ ଭିଡିଓ ଶେୟାର କରି କହିଛନ୍ତି, ଭାରତରେ ବର୍ତ୍ତମାନ ଏକ ଜଟିଳ ପରିସ୍ଥିତି ଚାଲିଛି। ଏହାକୁ ଦେଖି ଆମକୁ ବହୁତ ଖରାପ ଲାଗୁଛି। ସେ ଆହୁରି କହିଛନ୍ତି, ଯେଉଁମାନେ ଦିନରାତି ଆମ ପାଇଁ କଷ୍ଟ କରୁଛନ୍ତି ଆମେ ତାଙ୍କ ସହ ଠିଆ ହେବୁ।

ଅନୁଷ୍କା ଏକ ଭିଡିଓ ଶେୟାର କରି କହିଛନ୍ତି, ଆମେ ସମସ୍ତେ ମିଶି ଏହି ସଙ୍କଟ ଦୂର କରିବା। ଭାରତ ଏବଂ ଭାରତୀୟମାନଙ୍କୁ ସମର୍ଥନ କରି ଆଗକୁ ବଢନ୍ତୁ। ଆପଣଙ୍କ ଯୋଗଦାନ ଏହି ମହତ୍ତ୍ୱପୂର୍ଣ୍ଣ ସମୟରେ ଜୀବନ ବଞ୍ଚାଇବାରେ ସହାୟତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri