Posted inଖେଳ

ଶାସ୍ତ୍ରୀଙ୍କ ଯୋଗୁ ମନୋମାଳିନ୍ୟରେ ପୂର୍ଣ୍ଣଚ୍ଛେଦ: ଭାରତୀୟ ଟିମ୍‌ରେ ଗଢ଼ି ଉଠିଛି ନୂଆ ବନ୍ଧୁତା, ହେଉଛି ଏଭଳି…

ନୂଆଦିଲ୍ଲୀ,୩୦।୩: ବିଗତ ଦିନରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ସମ୍ପର୍କ ଖଟା ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗି ରହିଥିଲା। ଏକାଧିକ ଘଟଣାରେ ଉଭୟ ପରସ୍ପରର ବିଚାରକୁ ବିରୋଧ କରୁଥିଲେ। ହେଲେ ଏବେ ପରିସ୍ଥିତି ଓଲଟା। ବିରାଟ ଏବଂ ରୋହିତ ପରସ୍ପର ସହ କଥା ହୋଇ ମନୋମାଳିନ୍ୟ ଦୂର କରିଛନ୍ତି। ଏବେ ସେମାନେ ନୂଆ ନୂଆ ବନ୍ଧୁତାର ସମ୍ପର୍କରେ ଯୋଡ଼ି ହୋଇଛନ୍ତି। ଏପରି କରିବାରେ କୋଚ୍‌ ରବି ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା କୁହାଯାଉଛି।

ଇଂଲଣ୍ଡ ବିପକ୍ଷରେ ସିରିଜ ଜିତିବା ବ୍ୟତୀତ ଭାରତୀୟ ଡ୍ରେସିଂ ରୁମ୍‌ରେ ବହୁତ କିଛି ବଦଳିଯାଇଛି। ଗତ କିଛି ସପ୍ତାହରେ ବିରାଟ ଏବଂ ରୋହିତଙ୍କ ମଧ୍ୟରେ ସମ୍ପର୍କ ମଜଭୂତ ହୋଇଛି। ଯାହା ଦଳ ପାଇଁ ଶୁଭଙ୍କର। ଉଭୟ ଏବେ ନିଜର ଖେଳ, ଦଳ ବିଷୟରେ ପରସ୍ପର ସହ ଆଲୋଚନା କରୁଛନ୍ତି। ଯଦି ଉଭୟଙ୍କ ଚିନ୍ତାଧାରା ଏକ ହୁଏ ତେବେ ଦଳ ପାଇଁ ଭଲ ହେବ ବୋଲି ସେମାନେ ବୁଝିସାରିଛନ୍ତି। ଏହା ଗତ ୪ ମାସ ମଧ୍ୟରେ ବାସ୍ତବିକ ବଡ଼ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?