Posted inଖେଳ

ମେଲବର୍ନ ବିମାନବନ୍ଦରରେ କୋହଲିଙ୍କ ସହ ଏମିତି କଲେ ବିଦେଶୀ ଖବରଦାତା, ରାଗିଗଲେ କିକ୍ରେଟର୍‌, ଜାଣନ୍ତୁ ପୂରା ମାମଲା

ନୂଆଦିଲ୍ଲୀ,୧୯।୧୨: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ମେଲବର୍ନ ବିମାନବନ୍ଦରରେ କୋହଲିଙ୍କ ସହ ବିବାଦ ହୋଇଛି। ଖବର ଅନୁଯାୟୀ ମେଲବର୍ନ ବିମାନବନ୍ଦରରେ ଉପସ୍ଥିତ ଥିବା ଟିଭି ଖବରଦାତାଙ୍କ ଉପରେ ବିରାଟ ରାଗିଯାଇଛନ୍ତି। ଫଟୋ କିମ୍ବା ଭିଡିଓ ନ ନିଆଯିବାକୁ କୋହଲି ଅନୁରୋଧ କରିଥିଲେ। କିନ୍ତୁ ଏହା ସତ୍ତ୍ୱେ ସେ ଭିଡିଓ କରିଥିଲେ, ଯାହା ପରେ ବିରାଟ ରାଗିଯାଇଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ମେଲବର୍ନରେ ଖେଳାଯିବ।

ବାସ୍ତବରେ ଟିମ ଇଣ୍ଡିଆ ଗୁରୁବାର ବ୍ରିସବେନରୁ ମେଲବର୍ନରେ ପହଞ୍ଚିଛି। ବିମାନ ବନ୍ଦରରେ ବିଦେଶୀ ଗଣମାଧ୍ୟମର ଅନେକ ଖବରଦାତା ଉପସ୍ଥିତ ଥିଲେ। ମିଳିଥିବା ଖବର ଅନୁଯାୟୀ କୋହଲିଙ୍କ ପରିବାର ମଧ୍ୟ ମେଲବର୍ନରେ ପହଞ୍ଚିଛନ୍ତି। ଏଠାରେ ସେ ଫଟୋ କିମ୍ବା ଭିଡିଓ ନ ନେବାକୁ ଖବରଦାତାମାନଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ସେମାନେ ମାନି ନ ଥିଲେ। ଫଳରେ କୋହଲି ଏଥିରେ ବିରକ୍ତ ହୋଇ ଏଥିରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। କୋହଲି କହିଛନ୍ତି, ମୁଁ ମୋ ପିଲାମାନଙ୍କ ସହିତ ଗୋପନୀୟତା ଚାହୁଁଛି। ମୋର ସମ୍ମତି ବିନା ତୁମେ ଶୁଟିଂ କରିପାରିବ ନାହିଁ ।

ବିରାଟ ତାଙ୍କ ପରିବାର ପ୍ରତି ଅତ୍ୟନ୍ତ ସମ୍ବେଦନଶୀଳ । ତାଙ୍କ ଝିଅ ଭାମିକା ଜନ୍ମ ପରେ ମଧ୍ୟ ସେ ସୋସିଆଲ ମିଡିଆ ପୋଷ୍ଟରେ ଗୋପନୀୟତା ରଖିବାକୁ ଅନୁରୋଧ କରିଥିଲେ। ସେ ଏହା ଅନେକ ଥର ଉଲ୍ଲେଖ କରିଛନ୍ତି। ବିରାଟ ତାଙ୍କ ପରିବାରକୁ ଗଣମାଧ୍ୟମଠାରୁ ଦୂରରେ ରଖିବାକୁ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri