ଖୁବଶୀଘ୍ର ଆମେ ୩ ହୋଇଯିବା, ତୁମକୁ ବହୁତ୍‌ ମିସ୍‌ କରୁଛି

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜି ବିବାହ ତୃତୀୟ ବାର୍ଷିକୀ ପାଳନ କରିଛନ୍ତି ୨୦୧୭ ଆଜିର ଦିନରେ ଇଟାଲୀରେ ବିରାଟା ଓ ଅନୁଷ୍କା ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ବାର୍ଷିକୀରେ ବିରାଟ କୋହଲି ନିଜ ଇନଷ୍ଟାଗ୍ରାମରେ ବାହାଘର ବେଳର ଗୋଟିଏ ରୋମାଣ୍ଟିକ ଅନ୍ଦାଜର ଫଟୋ ଶେୟାର କରିଛନ୍ତି। ଫଟୋ ସହ ରୋମାଣ୍ଟିକ ଅନ୍ଦାଜରେ ସେ ଲେଖିଛନ୍ତି, ୩ ବର୍ଷ ଓ ସାରାଜୀବନ ପାଇଁ ଏକାଠି। ଏଥିସହ ସେ ହାର୍ଟ ଇମୋଜୀ ମଧ୍ୟ ଦେଇଛନ୍ତି। ବିରାଟଙ୍କ ବ୍ୟତୀତ ଅନୁଷ୍କା ମଧ୍ୟ ଏହି ବିଶେଷ ଦିନରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ବିରାଟଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଛି। ବିରାଟ ଏବେ ଅଷ୍ଟ୍ରେଲିଆ ଗସ୍ତରେ ବ୍ୟସ୍ତ ଥିବାରୁ ଆଜିର ଦିନରେ ତାଙ୍କୁ ବହୁତ ମିସ୍‌ କରୁଥିବା କହିଛନ୍ତି। ଅନୁଷ୍କା ଲେଖିଛନ୍ତି- ଆମର ତିନି ବର୍ଷ, ଖୁବ ଶୀଘ୍ର ଆମେ ମଧ୍ୟ ତିନି ହୋଇଯିବା। ତୁମକୁ ମିସ୍‌ କରୁଛି। ବିରାଟ ଏବଂ ଅନୁଷ୍କାଙ୍କ ଏହି ପୋଷ୍ଟକୁ ସମସ୍ତେ ପସନ୍ଦ କରିଛନ୍ତି। କିଛି ମାସ ପୂର୍ବରୁ ବିରୁଷ୍କା ମାତାପିତା ହେବାକୁ ଯାଉଥିବା ଘେଶଷଣା କରିଥିଲେ। ୨୦୧୩ ରେ ପ୍ରଥମ ଥର ପାଇଁ ଉଭୟଙ୍କ ସାକ୍ଷାତ ହୋଇଥିଲେ। ଏକ ବିଜ୍ଞାପନ ସୁଟିଂ ସମୟରେ ବିରାଟ ଏବଂ ଅନୁଷ୍କା ପରସ୍ପରକୁ ଜାଣିଥିଲେ। ଏହା ପରେ ଦୁହିଁଙ୍କ ପ୍ରେମ କାହାଣୀ ଆରମ୍ଭ ହୋଇଥିଲା। ଅନୁଷ୍କା ଶର୍ମାଙ୍କୁ ବିରାଟ ୨୦୧୭, ଡିସେମ୍ବର ୧୧ରେ ଇଟାଲୀରେ ବିବାହ କରିଥିଲେ ବିରାଟ।

 

View this post on Instagram

 

A post shared by AnushkaSharma1588 (@anushkasharma)


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri