ଦୁବାଇରେ ପହଞ୍ଚିଲେ ବିରାଟ କୋହଲି

ଦୁବାଇ, ୨୨।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବା ଲାଗି ପର୍ଯ୍ୟାୟକ୍ରମେ ପ୍ରାୟ ସମସ୍ତ ଟିମ୍‌ ୟୁଏଇରେ ପହଞ୍ଚି ସାରିଲେଣି। ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଏହିକ୍ରମରେ ଦୁବାଇରେ ପହଞ୍ଚିଛନ୍ତି। ସାଥୀ ଖେଳାଳିଙ୍କ ସହ କୋହଲି ଦୁବାଇରେ ପହଞ୍ଚିବା ପରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ‘ହେଲୋ ଦୁବାଇ’ ବୋଲି କ୍ୟାପ୍‌ସନରେ ଉଲ୍ଲେଖ କରିଛନ୍ତି। ଷଷ୍ଠ ଦଳ ଭାବେ ବାଙ୍ଗାଲୋର ଦୁବାଇରେ ଅବତାରଣ କରିଛି। କେବଳ ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ଦୁବାଇରେ ପହଞ୍ଚିବାର ବାକି ରହିଛି। ଖେଳାଳିମାନେ ଗୋଟିଏ ହୋଟେଲରେ ରହୁଥିଲେ ମଧ୍ୟ କରୋନା କଟକଣା ଲାଗି କେବଳ ବାଲ୍‌କୋନିରେ ସାଥୀ ଖେଳାଳିଙ୍କ ସହ କଥାବାର୍ତ୍ତା ହୋଇପାରିବେ ବୋଲି ଜଣାପଡ଼ିଛି। କୋହଲି ବର୍ତ୍ତମାନ ସୁଦ୍ଧା ରୟାଲ ଚାଲେଞ୍ଜର୍ସ ପାଇଁ ୧୭୭ ମ୍ୟାଚ୍‌ ଖେଳିସାରିଛନ୍ତି। ଯେଉଁଥିରେ ସେ ୪ ଶତକ ଓ ୭ ଅର୍ଦ୍ଧଶତକ ସହ ମୋଟ୍‌ ୫,୪୧୨ ରନ୍‌ ସଂଗ୍ରହ କରିଛନ୍ତି। ୨୦୧୬ ସଂସ୍କରଣରେ ସେ ସର୍ବାଧିକ ୯୭୩ ରନ୍‌ କରି ‘ଅରେଞ୍ଜ କ୍ୟାପ୍‌’ର ଅଧିକାରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri