Posted inଖେଳ

ଭାବପ୍ରବଣ ହୋଇଗଲେ ବିରାଟ କୋହଲି

ଲଣ୍ଡନ,୩।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ନଟିଂହାମରେ ଅଗଷ୍ଟ ୪ରୁ ଆରମ୍ଭ ହେବ। ଏହାପୂର୍ବରୁ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୀନେଶ କାର୍ତ୍ତିକଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଖୋଲାଖୋଲି ନିଜର ଭାବନା ବ୍ୟକ୍ତ କରିଛନ୍ତି। କ୍ରିକେଟ ସୁପରଷ୍ଟାର ହେବା ଠାରୁ ଆରମ୍ଭ କରି ବାପା ହେବା ପର୍ଯ୍ୟନ୍ତ ଜୀବନ, ନେତୃତ୍ୱ ଏବଂ ପ୍ରେମ ବିଷୟରେ ତାଙ୍କ ସହ କଥା ହୋଇଥିଲେ। ବାପାଙ୍କୁ ହରାଇବା ସମ୍ପର୍କିତ ପ୍ରଶ୍ନ ଉପରେ କୋହଲି କହିଛନ୍ତି ଯେ, ସେ ମୋତେ ଭାରତ ପାଇଁ ଖେଳୁଥିବା ଦେଖି ନାହାଁନ୍ତି। କିନ୍ତୁ ବର୍ତ୍ତମାନ ମୋ ଝିଅ ସହିତ, ମୁଁ ମୋ ଖେଳୁଥିବାବେଳେ ମା’ଙ୍କ ମୁହଁରେ ଖୁସି ଦେଖୁଛି। ତୁମେ ଭାବ ତ ଯଦି ବାପା ଏଠାରେ ଥାଆନ୍ତେ ତେବେ କ’ଣ ହୋଇଥାନ୍ତା। ୨୦୦୬ ରେ କୋହଲି ତାଙ୍କ ବାପାଙ୍କୁ ହରାଇଥିଲେ। ତା’ପରେ ସେ ଦିଲ୍ଲୀ ପାଇଁ ଘରୋଇ କ୍ରିକେଟ ଖେଳୁଥିଲେ। କିଛି ବର୍ଷ ପରେ ସେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିଥିଲେ।
ଦୀନେଶ କାର୍ତ୍ତିକ ଏହି ସାକ୍ଷାତକାରର ଟିଜର ଶେୟାର କରିଥିଲେ। ଏଥିରେ ସେ ଅନୁଷ୍କା ଶର୍ମାଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତ ସମ୍ବନ୍ଧୀୟ କାହାଣୀ ମଧ୍ୟ ବର୍ଣ୍ଣନା କରିଛନ୍ତି। ସେ କହିଥିଲେ ଯେ ମୁଁ ଆରମ୍ଭରୁ ଅନୁଷ୍କାଙ୍କ ସହ ଥଟ୍ଟା କରୁଥିଲି। ବହୁ ବର୍ଷ ଧରି ସମ୍ପର୍କ ରହିବା ପରେ ବିରାଟ ଏବଂ ଅନୁଷ୍କା ଶର୍ମା ୨୦୧୭ରେ ଇଟାଲୀରେ ବିବାହ କରିଥିଲେ। ଚଳିତ ବର୍ଷ ଜାନୁଆରୀରେ ଉଭୟ ଏକ ଝିଅର ମାତାପିତା ହୋଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଇଂଲଣ୍ଡରେ ସିରିଜ ଜିତିବା ଭାରତୀୟ କ୍ରିକେଟ ଦଳ ପାଇଁ ଏକ ବଡ଼ କଥା ହେବ। ଆମେ ଏହା ପୂର୍ବରୁ କରିସାରିଛୁ। ବ୍ୟକ୍ତିଗତ ରେକର୍ଡଗୁଡ଼ିକ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ । ଯଦି ମୁଁ ମାଇଲଷ୍ଟୋନ ପାଇଁ ଖେଳିଥାନ୍ତି, ମୁଁ ମୋ କ୍ୟାରିୟରରେ ଯାହା ହାସଲ କରିଛି ତାହାର ଅଧା ମଧ୍ୟ ହାସଲ କରି ନ ଥା’ନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri