Posted inଖେଳ

ପ୍ରିୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଆଉଟ୍‌ କରି କୀର୍ତ୍ତିମାନ ହାସଲ କଲେ ଏହି ବୋଲର୍‌

ଆବୁଧାବି,୨୯।୧୦: ମୁମ୍ବାଇ ଇଣ୍ଡିଆନ୍ସର ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଏବଂ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ଅନେକ କିଛି ସମାନତା ରହିଛି। ବିରାଟ କୋହଲି ଭାରତର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ, ଜସପ୍ରୀତ ବୁମ୍‌ରା ହେଉଛନ୍ତି ଦେଶର ନଂ ୧ ନମ୍ବର ବୋଲର। ଆଇପିଏଲ ବିଷୟରେ କହିବାକୁ ଗଲେ ଏହି ଦୁଇଜଣ ଆରମ୍ଭରୁ ଗୋଟିଏ ଫ୍ରାଞ୍ଚାଇଜି ପାଇଁ ଖେଳୁଛନ୍ତି। ଜସପ୍ରୀତ ବୁମ୍‌ରାଙ୍କ ପ୍ରିୟ ବ୍ୟାଟ୍ସମ୍ୟାନ୍‌ ହେଉଛନ୍ତି ବିରାଟ କୋହଲି। ସଂଯୋଗବଶତଃ ବିରାଟ କୋହଲି ଆଇପିଏଲରେ ବୁମରାଙ୍କ ପ୍ରଥମ ଏବଂ ୧୦୦ ତମ ଶିକାର ହୋଇଛନ୍ତି। ବେଙ୍ଗାଲୁରୁ ବିପକ୍ଷ ମ୍ୟାଚ୍‌ରେ ବୁମ୍‌ରା ୪ ଓଭରରେ ମାତ୍ର ୧୪ ରନ ଦେଇ ୩ଟି ଉଇକେଟ ନେଇଛନ୍ତି। ସେ ପ୍ରଥମ ଉଇକେଟ ନେବା କ୍ଷଣି ଆଇପିଏଲ କ୍ୟାରିୟରରେ ୧୦୦ତମ ଉଇକେଟ ନେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲିଙ୍କୁ ଆଉଟ କରି ବୁମ୍‌ରା ତାଙ୍କ ଆଇପିଏଲ କ୍ୟାରିୟରର ୧୦୦ତମ ଉଇକେଟ ପୂରଣ କରିଥିଲେ। ଚଳିତ ଆଇପିଏଲରେ ମୁମ୍ବାଇ ପକ୍ଷରୁ ବୁମ୍‌ରା ୨୦ଟି ଉଇକେଟ ନେଇସାରିଲେଣି। ସର୍ବାଧିକ ଉଇକେଟ ନେବା ତାଲିକାରେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆଇପିଏଲରେ ୧୦୦ଟି ଉଇକେଟ ନେବାରେ ବୁମ୍‌ରା ୧୫ତମ ଖେଳାଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri