Posted inଖେଳ

୩ ବର୍ଷ ପରେ ଦିନିକିଆରେ ଶତକ ମାରିଲେ କୋହଲି

ଚାଟୋଗ୍ରାମ୍‌,୧୦।୧୨: ଟିମ୍‌ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶନିବାର ବାଲାଂଦେଶ ବିପକ୍ଷରେ ଖେଳାଯାଉଥିବା ତୃତୀୟ ତଥା ଅନ୍ତିମ ଦିନିକିଆରେ ଶତକ ମାରି ବଡ ଉପଲବ୍ଧି ହାସଲ କରିଛନ୍ତି। ଅଗଷ୍ଟ ୨୦୧୯ ପରେ ଦିନିକିଆରେ ବିରାଟଙ୍କ ଏହା ପ୍ରଥମ ଶତକ। ୨୫ଟି ଇନିଂସ ପରେ ସେ ନିଜ କ୍ୟାରିୟରର ୪୪ତମ ଦିନିକିଆ ଶତକ ମାରିବାରେ ସଫଳ ହୋଇଛନ୍ତି। ଏହି ଇନିଂସ ସହ ସେ ଅନ୍ତର୍ଜାତୀୟ କ୍ୟାରିୟରରେ ସବୁଠାରୁ ଅଧିକ ଶତକ ମାରିଥିବା ବ୍ୟାଟ୍ସମ୍ୟାନ୍‌ ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି।

ବିରାଟଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଏହା ୭୨ତମ ଶତକ ମଧ୍ୟ ହୋଇଥିବାରୁ ସେ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ ରିକି ପଣ୍ଟିଂଙ୍କୁ ପଛରେ ପକାଇଛନ୍ତି। ପଣ୍ଟିଂ ୭୧ ଅନ୍ତର୍ଜାତୀୟ ଶତକ ମାରିଥିଲେ। ଏବେ କେବଳ ସଚିନ ତେନ୍ଦୁଲକର ସବୁଠାରୁ ଅଧିକ(୧୦୦ ଶତକ) ମାରି ଶୀର୍ଷରେ ଅଛନ୍ତି।

ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆରେ ୩ନଂ ଖେଳାଳି ଭାବେ ମଇଦାନକୁ ଓହ୍ଲାଇଥିଲେ ବିରାଟ। ସେ ୮୫ ବଲ୍‌ରେ ୧୧ ଚୌକା ଏବଂ ୧ ଛକା ସହାୟତାରେ ନିଜର ଶତକ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri