Posted inଖେଳ

ଲଜ୍ଜାଜନକ ରେକର୍ଡ କଲେ କୋହଲି, ଧୋନୀଙ୍କୁ ବି ବଳିଗଲେ

ଚେନ୍ନାଇ,୧୩।୨: ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ୦-୧ରେ ପଛୁଆ ଥିବା ଭାରତୀୟ ଦଳ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ଓପନର୍‌ ରୋହିତ ଶର୍ମା ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛନ୍ତି। ହେଲେ ବିରାଟ କୋହଲି ଖାତା ନ ଖୋଲି ଆଉଟ୍‌ ହୋଇଥିଲେ। ଏହାକୁ ନେଇ ସେ ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହୋଇଛନ୍ତି।

ଇଂଲଣ୍ଡର ଅଫ୍‌ ସ୍ପିନର ମୋଇନ ଅଲି କୋହଲିଙ୍କ ଉଇକେଟ ନେଇଥିଲେ। ଏଥିଯୋଗୁ ସେ ମହେନ୍ଦ୍ର ସିଂହ ଧୋନୀଙ୍କୁ ପଛରେ ପକାଇଛନ୍ତି। କ୍ରିକେଟର ସମସ୍ତ ଫର୍ମାଟରେ ସବୁଠାରୁ ଅଧିକ ଥର ଶୂନରେ ଆଉଟ୍‌ ହେବାରେ ସେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ୧୨ ଥର ସେ ଏଭଳି କରିଛନ୍ତି। ପୂର୍ବ ଅଧିନାୟକ ଧୋନୀ ୧୧ଥର ଶୂନରେ ଆଉଟ୍‌ ହୋଇଥିଲେ। ତାଙ୍କ ଛଡ଼ା ସୌରଭ ଗାଙ୍ଗୁଲି ୧୩ଥର ଶୂନରେ ଆଉଟ୍‌ ହୋଇ ଶୀର୍ଷରେ ଅଛନ୍ତି।

ପ୍ରକାଶ ଯେ, ବିରାଟ ୨୬ଥର ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଶୂନରେ ଆଉଟ୍‌ ହୋଇଛନ୍ତି। ହେଲେ ପ୍ରଥମ ଥର ପାଇଁ ଚେନ୍ନାଇରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ସେ ସ୍ପିନ୍‌ ଖେଳି ନ ପାରି ଆଉଟ୍‌ ହୋଇଥିବା ଦେଖାଯାଇଛି। ୧୪୯ ପାଳିରେ ପ୍ରଥମ ଥର ପାଇଁ କୋହଲିଙ୍କୁ ଜଣେ ସ୍ପିନର ଶୂନରେ ଆଉଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri