Posted inଖେଳ

ଏସିଆରେ ପ୍ରଥମ ଭାବେ ରେକର୍ଡ କଲେ କୋହଲି

ନୂଆଦିଲ୍ଲୀ,୧୬।୧: ପଡ଼ିଆ ବାହାରେ ହେଉ ଅବା ଭିତରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଜଲଓ୍ବା ଜାରି ରହିଛି। ନିକଟରେ ପିତା ହୋଇଥିବା ବିରାଟ ଆଉ ଏକ ରେକର୍ଡ କରିଛନ୍ତି। ଏସିଆର ସବୁଠାରୁ ଅଧିକ ପସନ୍ଦ କରାଯାଉଥିବା ସେଲିବ୍ରିଟି ପାଲଟିଛନ୍ତି ସେ। ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମରେ କୋହଲୀଙ୍କ ଫଲୋଅର୍‌ ସଂଖ୍ୟା ୯୦ ମିଲିୟନ ଛୁଇଁଛି। ଏପରି ରେକର୍ଡ କରିବାରେ ସେ ଏସିଆରେ ପ୍ରଥମ ହୋଇଥିବା ବେଳେ ଖେଳାଳି ଭାବେ ବିଶ୍ୱରେ ୪ର୍ଥରେ ଅଛନ୍ତି। ଏହି ତାଲିକା ଶୀର୍ଷରେ ପର୍ତ୍ତୁଗୀଜ ଫୁଟ୍‌ବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋ, ଦ୍ୱିତୀୟରେ ଲିଓନେଲ ମେସି, ତୃତୀୟରେ ବ୍ରାଜିଲ ଫୁଟବଲ ତାରକା ନେୟମାର ରହିଛନ୍ତି।

ସେହିଭଳି ଭାରତୀୟ ସେଲିବ୍ରିଟିଙ୍କ ବିଷୟରେ କଥା ହେଲେ ବିରାଟ ପ୍ରିୟଙ୍କା ଚୋପ୍ରା, ଶ୍ରଦ୍ଧା କପୁର, ଦୀପିକା ପାଦ୍ୟୁକୋନ, ନେହା କକ୍କର, ନରେନ୍ଦ୍ର ମୋଦି, ଆଲିଆ ଭଟ୍ଟ, ଅକ୍ଷୟ କୁମାର, ଜାକ୍‌ଲିନ୍‌ ଫର୍ଣ୍ଣାଡିସ୍‌, କଟ୍ରିନା କୈଫ୍‌ ଆଦିଙ୍କୁ ପଛରେ ପକାଇଛନ୍ତି। ଆକାଉଣ୍ଟ ଦେଖିଲେ ଏବେ ବିରାଟଙ୍କ ଫଲୋଅର୍ସ ସଂଖ୍ୟା ୯୦.୨ ମିଲିୟନ ହୋଇଥିବା ବେଳେ ଦ୍ୱିତୀୟରେ ଥିବା ପ୍ରିୟଙ୍କା ୫୯.୭ ମିଲିୟନରେ ଅଛନ୍ତି।

ପ୍ରକାଶ ଯେ, ପିତା ହେବାକୁ ନେଇ ବିରାଟ ଏବେ ଅଷ୍ଟ୍ରେଲିଆ ଗସ୍ତ ଅଧାରୁ ଛାଡ଼ି ସ୍ବଦେଶ ଫେରିଥିଲେ। ନିକଟରେ ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ନେଇଛି। ଆଗାମୀ ଦିନରେ ଇଂଲଣ୍ଡ ବିପକ୍ଷରେ ଭାରତ ଖେଳିବାକୁ ଯାଉଥିବା ବେଳେ ବିରାଟ ଏବେ ପରିବାର ସହ ସମୟ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri