Posted inଖେଳ

ଦେଶ ପାଇଁ ଆଗେଇ ଆସିଲେ ବିରାଟ କୋହଲି: କରୁଛନ୍ତି ଏହି କାମ

ମୁମ୍ବାଇ,୬।୫: ଆଇପିଏଲ ୨୦୨୧ର ୧୪ତମ ସିଜନ ସ୍ଥଗିତ ହେବା ମାତ୍ରେ ଭାରତୀୟ କ୍ରିକେଟ ଦଳ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମୁମ୍ବାଇରେ ପହଞ୍ଚି କରୋନା ରିଲିଫ୍‌ କାମ ଆରମ୍ଭ କରିଛନ୍ତି। ସମୟକ୍ରମେ ବିରାଟ କୋହଲି କରୋନା ମହାମାରୀ ବିରୋଧରେ ଭାରତର ସଂଗ୍ରାମକୁ ଆଗେଇ ନେବା ପାଇଁ ହାତ ବଢାଇଛନ୍ତି।

କୋହଲିଙ୍କୁ ନିକଟରେ ଯୁବ ସେନାର ସଦସ୍ୟ ରାହୁଲ ଏନ କନଲଙ୍କ ସହ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଥିଲା। ରାହୁଲ କନଲ ତାଙ୍କ ଅଫିସିଆଲ ଟୁଇଟର୍‌ରେ ବିରାଟ କୋହଲିଙ୍କ କିଛି ଫଟୋ ଶେୟାର କରିଛନ୍ତି। ଏହି କଷ୍ଟଦାୟକ ସମୟ ମଧ୍ୟରେ ମହାମାରୀରୁ ମୁକ୍ତି ପାଇବା ପାଇଁ ରାଜ୍ୟ ତଥା ଦେଶର ସମର୍ଥନ ପାଇଁ ଏକ ବୈଠକ କରିଥିଲେ କୋହଲି। ରାହୁଲ ଏହି ଫଟୋଗୁଡ଼ିକୁ ଶେୟାର କରି କହିଛନ୍ତି ଯେ ଆଇପିଏଲ ୨୦୨୧ ସ୍ଥଗିତ ପରେ ମୁମ୍ବାଇରେ କୋହଲି କରୋନା ରିଲିଫ ପାଇଁ କାମ ଆରମ୍ଭ କରିଛନ୍ତି। ତାଙ୍କର ଉଦ୍ୟମ ପାଇଁ କୌଣସି ଶବ୍ଦ ନାହିଁ … କେବଳ ସମ୍ମାନ ଏବଂ ପ୍ରାର୍ଥନା।

ସୂଚନାଯୋଗ୍ୟ, କରୋନା ଯୋଗୁ ଭାରତୀୟ ପ୍ରିମିୟର ଲିଗର ୧୪ ତମ ସିଜିନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସନରାଇଜର୍ସ ହାଇଦ୍ରାବାଦ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ସାହା ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ସ୍ପିନର ଅମିତ ମିଶ୍ର ପଜିଟିଭ୍‌ ଚିହ୍ନଟ ହେବା ପରେ ଆଇପିଏଲକୁ ସ୍ଥଗିତ ରଖାଯାଇଥିଲା। ଆଇପିଏଲ ସ୍ଥଗିତ ରଖିବା ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri