Posted inଖେଳ

ଅଧିନାୟକତ୍ୱ ପରେ ଦଳରୁ ବାହାର ହୋଇପାରନ୍ତି କୋହଲି ! ୩ ନଂ ସ୍ଥାନରେ ଖେଳିବା ପାଇଁ ଏହି ବ୍ୟାଟ୍ସମ୍ୟାନ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୯।୧: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ତାଙ୍କ କ୍ୟାରିୟରର ସବୁଠାରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ପ୍ରାୟ ପ୍ରତ୍ୟେକ ସିରିଜରେ ଶତକ ହାସଲ କରୁଥିବା ବିରାଟ ଗତ ଦୁଇ ବର୍ଷ ଧରି ଏକ ଶତକ ମାରିନାହାନ୍ତି। ଏବେ ସେ ତିନୋଟି ଫର୍ମାଟରୁ ଅଧିନାୟକତ୍ୱ ହରାଇଛନ୍ତି । ବର୍ତ୍ତମାନ ଅଧିନାୟକ ଦାୟିତ୍ୱ ରୋହିତ ଶର୍ମାଙ୍କ ନିକଟକୁ ଆସିବା ପରେ ଦିନକିିଆ ଏବଂ ଟି -୨୦ କ୍ରିକେଟରେ ବିରାଟଙ୍କ ସ୍ଥାନ ବିପଦରେ ରହିଛି। ଯଦି ବିରାଟ ଭଲ ପ୍ରଦର୍ଶନ ନ କରନ୍ତି ତେବେ ରୋହିତ ତାଙ୍କ ପ୍ରିୟ ଖେଳାଳିଙ୍କୁ ତିନି ନମ୍ବରରେ ଖେଳାଇପାରନ୍ତି।

କୋହଲି ଖରାପ ଫର୍ମ କାରଣରୁ ଦଳରୁ ଓହରିଗଲେ ତାଙ୍କ ସ୍ଥାନ ନେଇପାରନ୍ତି ସୂର୍ଯ୍ୟକୁମାର ଯାଦବ। ଏହି ଖେଳାଳି ଭାରତର ଭବିଷ୍ୟତ। ଆଗାମୀ ସମୟରେ ସେ ବିରାଟଙ୍କ ସ୍ଥାନ ନେବା ପାଇଁ ସବୁଠାରୁ ବଡ ପ୍ରତିଦ୍ୱନ୍ଦ୍ୱୀ ହୋଇପାରନ୍ତି। ଏହି ବ୍ୟାଟ୍ସମ୍ୟାନ କୋହଲିଙ୍କ ଅପେକ୍ଷା ଅଧିକ ବିସ୍ଫୋରକ ବ୍ୟାଟିଂ କରିପାରନ୍ତି । ସେ ଅଧିନାୟକ ରୋହିତ ଶର୍ମାଙ୍କ ପ୍ରିୟ ମଧ୍ୟ ଅଟନ୍ତି। ଯଦି ବିସିସିଆଇ ଏବଂ ବିରାଟଙ୍କ ମଧ୍ୟରେ ଏପରି ବିବାଦ ଜାରି ରହେ, ତେବେ ତାଙ୍କୁ ଦଳରୁ ବାହାର କରା ଯାଇପାରେ। ଖରାପ ଫର୍ମ ଯୋଗୁ ତାଙ୍କ ସ୍ଥାନରେ ଏହି ଯୁବ ଖେଳାଳିଙ୍କୁ ସୁଯୋଗ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

ସୂର୍ଯ୍ୟକୁମାର ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ତିନି ନମ୍ବରରେ ଖେଳିଛନ୍ତି ଏବଂ ତାଙ୍କ ପ୍ରଦର୍ଶନ ବେଶ ଭଲ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri