ପ୍ରବଳ ରାଗିଗଲେ କୋହଲି: କଲେ ଭଙ୍ଗାରୁଜା

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଆରସିବି ଅଧିନାୟକ ବିରାଟ କୋହଲି ପ୍ରବଳ ରାଗିଯାଇଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଆରସିବି ୮ ଉଇକେଟ ହରାଇ ୧୪୯ ରନ୍‌ ସ୍କୋର କରିଥିଲା। ଗ୍ଲେନ ମ୍ୟାକ୍ସୱେଲ ୪୧ ବଲରୁ ୫୯ର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ୨୮ ବଲରୁ ୩୩ ରନ ସ୍କୋର କରିଥିବା ବିରାଟ ୧୨.୧ ଓଭରରେ ୨୯ ତମ ବଲକୁ ସାମ୍ନା କରୁଥିବା ବେଳେ ଆଉଟ୍‌ ହୋଇଯାଇଥିଲେ। ଜେସନ ହୋଲଡରଙ୍କ ବଲରେ ବିଜୟ ଶଙ୍କର ତାଙ୍କ କ୍ୟାଚ୍‌ ନେଇଥିଲେ। ଅର୍ଦ୍ଧଶତକ ଆଡକୁ ଯାଉଥିବା ବିରାଟ ଆଉଟ୍‌ ହେବାପରେ ଏତେ ରାଗିଯାଇଥିଲେ ଯେ, ଆଉଟ୍‌ ହୋଇ ଡ୍ରେସିଂ ରୁମ୍‌କୁ ଆସି ବ୍ୟାଟ୍‌ରେ ଖାଲି ଚେୟାରକୁ ପିଟି ଫୋପାଡି ଦେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ବିରାଟଙ୍କୁ ମ୍ୟାଚ ରେଫରି ତାଗିଦ କରିଛନ୍ତି। କୋହଲି ଆଚରଣ ସଂହିତାର ଲେଭଲ । ଅଫେନ୍ସ ୨.୨କୁ ସ୍ବିକାର କରିଛନ୍ତି। ଆଚରଣ ସଂହିତା ଲେବଲ୍‌ ୧ର ଉଲ୍ଲଂଘନ ପାଇଁ ମ୍ୟାଚ ରେଫରିଙ୍କ ନିଷ୍ପତ୍ତି ଶେଷ ନିଷ୍ପତ୍ତି ହୋଇଥାଏ।

https://twitter.com/AbhilashK95/status/1382347733697060865


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri