ପ୍ରବଳ ରାଗିଗଲେ କୋହଲି: କଲେ ଭଙ୍ଗାରୁଜା

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଆରସିବି ଅଧିନାୟକ ବିରାଟ କୋହଲି ପ୍ରବଳ ରାଗିଯାଇଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଆରସିବି ୮ ଉଇକେଟ ହରାଇ ୧୪୯ ରନ୍‌ ସ୍କୋର କରିଥିଲା। ଗ୍ଲେନ ମ୍ୟାକ୍ସୱେଲ ୪୧ ବଲରୁ ୫୯ର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ୨୮ ବଲରୁ ୩୩ ରନ ସ୍କୋର କରିଥିବା ବିରାଟ ୧୨.୧ ଓଭରରେ ୨୯ ତମ ବଲକୁ ସାମ୍ନା କରୁଥିବା ବେଳେ ଆଉଟ୍‌ ହୋଇଯାଇଥିଲେ। ଜେସନ ହୋଲଡରଙ୍କ ବଲରେ ବିଜୟ ଶଙ୍କର ତାଙ୍କ କ୍ୟାଚ୍‌ ନେଇଥିଲେ। ଅର୍ଦ୍ଧଶତକ ଆଡକୁ ଯାଉଥିବା ବିରାଟ ଆଉଟ୍‌ ହେବାପରେ ଏତେ ରାଗିଯାଇଥିଲେ ଯେ, ଆଉଟ୍‌ ହୋଇ ଡ୍ରେସିଂ ରୁମ୍‌କୁ ଆସି ବ୍ୟାଟ୍‌ରେ ଖାଲି ଚେୟାରକୁ ପିଟି ଫୋପାଡି ଦେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ବିରାଟଙ୍କୁ ମ୍ୟାଚ ରେଫରି ତାଗିଦ କରିଛନ୍ତି। କୋହଲି ଆଚରଣ ସଂହିତାର ଲେଭଲ । ଅଫେନ୍ସ ୨.୨କୁ ସ୍ବିକାର କରିଛନ୍ତି। ଆଚରଣ ସଂହିତା ଲେବଲ୍‌ ୧ର ଉଲ୍ଲଂଘନ ପାଇଁ ମ୍ୟାଚ ରେଫରିଙ୍କ ନିଷ୍ପତ୍ତି ଶେଷ ନିଷ୍ପତ୍ତି ହୋଇଥାଏ।

https://twitter.com/AbhilashK95/status/1382347733697060865


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri