Posted inଖେଳ

ବିଶ୍ୱକପ୍‌ ଫାଇନାଲ୍‌ ପୂର୍ବରୁ ଖେଳାଳିଙ୍କୁ ଗୁରୁମନ୍ତ୍ର ଦେଲେ ବିରାଟ କୋହଲି

ଅହମଦାବାଦ୍‌,୪।୨:ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଷ୍ଟମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ଫେବୃୟାରୀ ୫ରେ ଶନିବାର ଟାଇଟଲ ପାଇଁ ଇଂଲଣ୍ଡକୁ ଭେଟିବ ଭାରତ। ଏହି ବଡ ମ୍ୟାଚ ପୂର୍ବରୁ ସିନିୟର ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭିଡିଓ କଲ୍‌ରେ ଯୁବ କ୍ରିକେଟରଙ୍କ ସହ କଥା ହୋଇଥିଲେ ଏବଂ ସେମାନଙ୍କୁ କିଛି ଟିପ୍ସ ମଧ୍ୟ ଦେଇଥିଲେ। ବିରାଟଙ୍କ ଅଧିନାୟକତ୍ୱରେ ୨୦୦୮ ମସିହାରେ ଭାରତ ଅଣ୍ଡର -୧୯ ଚାମ୍ପିୟନ ହୋଇଥିଲା।
ଭାରତୀୟ ଅଣ୍ଡର-୧୯ ଦଳର ବର୍ତ୍ତମାନର ସଦସ୍ୟ କୌଶଲ ତାମ୍ବେ ଏବଂ ରାଜବର୍ଦ୍ଧନ ହାଙ୍ଗରଗେକର ବିରାଟ କୋହଲିଙ୍କ ସହ କଥାବାର୍ତ୍ତାର ଏକ ଭିଡିଓ ଇନଷ୍ଟାଗ୍ରାମର ଷ୍ଟାଟସରେ ପୋଷ୍ଟ କରିଛନ୍ତି। ହାଙ୍ଗରଗେକର ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଲେଖିଛନ୍ତି, ବିରାଟ କୋହଲି ଭାଇଙ୍କ ସହ କଥା ହେବା ପ୍ରକୃତରେ ଭଲ ଥିଲା। ଜୀବନ ଏବଂ କ୍ରିକେଟ ବିଷୟରେ ତୁମଠାରୁ କିଛି ଗୁରୁତ୍ୱପୂର୍ଣ୍ଣ ଜିନିଷ ଶିଖିଛି ଯାହା ଆମକୁ ଭବିଷ୍ୟତରେ ଉନ୍ନତି ଆଣିବାରେ ସାହାଯ୍ୟ କରିବ। ଏହି ସମୟରେ, କୌଶଲ ତାମ୍ବେ ବିରାଟଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ବୋଲି କହିଥିଲେ। ସେ ଲେଖିଛନ୍ତି, ଫାଇନାଲ ପୂର୍ବରୁ ମହାନ ଖେଳାଳିଙ୍କଠାରୁ କିଛି ମୂଲ୍ୟବାନ ପରାମର୍ଶ।
ଅଣ୍ଡର -୧୯ ବିଶ୍ୱକପର ଫାଇନାଲ ମ୍ୟାଚ ଫେବୃୟାରୀ ୫ରେ ଆଣ୍ଟିଗୁଆର ସାର୍‌ ଭିଭିଆନ ରିଚାର୍ଡସ ଷ୍ଟାଡିୟମରେ ଖେଳାଯିବ। ୟଶ ଧୁଲଙ୍କ ଅଧିନାୟକତ୍ୱରେ ଥିବା ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ୯୬ ରନରେ ପରାସ୍ତ କରି ଫାଇନାଲରେ ପହଞ୍ଚିଛି। ପଞ୍ଚମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଚାମ୍ପିୟନ ହେବାକୁ ଭାରତର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri