Posted inଖେଳ

ଭାରତଠାରୁ ବିଜୟ ଛଡ଼ାଇ ନେଲା ଇଂଲଣ୍ଡ: ପରାଜୟକୁ ନେଇ ଏଭଳି କହିଲେ ଅଧିନାୟକ

ପୁଣେ,୨୭।୩: ଭ୍ରମଣକାରୀ ଇଂଲଣ୍ଡ ଦଳ ପ୍ରଥମ ଦିନିକିଆରେ ପରାଜୟ ପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଦିକିକିଆରେ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି ଦଳ। ଟସ୍‌ ହାରି ପ୍ରଥମ ବ୍ୟାଟିଂ କରି ଭାରତ ୩୩୬ରନ୍‌ର ବିଶାଳ ସ୍କୋର କରିଥିଲା। ହେଲେ ଇଲଣ୍ଡ ୪୩.୩ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଏହି ଲଜ୍ଜାଜନକ ପରାଜୟ ପରେ ସିରିଜ ୧-୧ ବରାବର ସ୍ଥିତିରେ ପହଞ୍ଚିଥିବା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବେୟାରଷ୍ଟୋ(୧୨୪) ଏବଂ ବେନ୍‌ ଷ୍ଟୋକ୍ସ(୯୯)ଙ୍କ ଭାଗିଦାରୀ ସମୟରେ ତାଙ୍କ ପାଖରେ ଅନ୍ୟୋପାୟ ନ ଥିଲା। ଯେତେବେଳେ ଶ୍ରେଷ୍ଠ ଦୁଇ ଟିମ୍‌ ଖେଳିଥାନ୍ତି, ସେତେବେଳେ ଗୋଟି, ଟିମ୍‌ ସହଜରେ ବିଜୟ ଲାଭ କରିଥାଏ। ଆମେ ଭଲ ସ୍କୋର କରିଥିଲୁ। କାକରର ସେଭଳି କିଛି ଭୂମିକା ନ ଥିଲା। ହେଲେ ପରେ ଉଇକେଟ ବ୍ୟାଟିଂ ପାଇଁ ଭଲ ହୋଇଥିଲା। ହେଲେ ସେଭଳି ବାହାନା ଦେବାକୁ ଚାହୁଁନାହୁଁ। ଗତ ଥର ଆମେ ପ୍ରତ୍ୟାବର୍ତ୍ତନ କରିଥିଲୁ। ଚଳିତ ଥର ଇଂଲଣ୍ଡ ଆମକୁ ସେ ସୁଯୋଗ ଦେଲା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri