Posted inଖେଳ

ପ୍ରଥମଥର ଏମିତି କାମ କରିପାରିଲେ ନାହିଁ ବିରାଟ କୋହଲି

ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ରେ ବିରାଟ କୋହଲିଙ୍କ ବ୍ୟାଟ୍‌ ଶାନ୍ତ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ସମଗ୍ର ଟୁର୍ନାମେଣ୍ଟରେ ତାଙ୍କର ସର୍ବାଧିକ ସ୍କୋର ୩୭ ରନ ଏବଂ ସେ ସୁପର -୮ ମ୍ୟାଚରେ ବାଂଲାଦେଶ ବିପକ୍ଷରେ ଏହି ଇନିଂସ ଖେଳିଛନ୍ତି। କିନ୍ତୁ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ କୋହଲି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ରିସ ଟୋପଲି ୯ ରନ ସ୍କୋରରେ କୋହଲିଙ୍କୁ ଆଉଟ୍‌ କରିଥିଲେ।
ଆଜି ପର୍ଯ୍ୟନ୍ତ ବିରାଟ ଟି-୨୦ ବିଶ୍ୱକପର ପ୍ରତ୍ୟେକ ସେମିଫାଇନାଲ ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ପ୍ରଥମ ଥର ପାଇଁ ଇଂଲଣ୍ଡ ତାଙ୍କୁ ସେମିଫାଇନାଲ ମ୍ୟାଚରେ ଅର୍ଦ୍ଧଶତକ ସ୍କୋର କରିବାରେ ଅଟକାଇବାରେ ସଫଳ ହୋଇଛି।
ବିରାଟ କୋହଲି ୨୦୧୪ରେ ପ୍ରଥମ ଥର ପାଇଁ ଟି-୨୦ ବିଶ୍ୱକପର ସେମିଫାଇନାଲ ମ୍ୟାଚ ଖେଳିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ସେ ୪୪ଟି ବଲରେ ୭୨ ରନର ଅପରାଜିତ ଇନିଂସ ଖେଳି ଫାଇନାଲକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ଏହା ପରେ ୨୦୧୬ରେ ମଧ୍ୟ ଟିମ ଇଣ୍ଡିଆ ଟପ-୪ରେ ପହଞ୍ଚିଥିଲା। ସେମିଫାଇନାଲରେ ୱେଷ୍ଟଇଣ୍ଡିଜ ସହିତ ମୁହାଁମୁହିଁ ହୋଇଥିଲା। ବିରାଟ ୪୭ ବଲରେ ୮୯ ରନ ସଂଗ୍ରହ କରିଥିଲେ ମଧ୍ୟ ସେମିଫାଇନାଲରେ ଭାରତ ୱେଷ୍ଟଇଣ୍ଡିଜଠାରୁ ୭ ଉଇକେଟରେ ପରାସ୍ତ ହୋଇଥିଲା।
୨୦୨୨ ଟି-୨୦ ବିଶ୍ୱକପର ସେମିଫାଇନାଲରେ ଭାରତ ଇଂଲଣ୍ଡର ଆହ୍ବାନର ସମ୍ମୁଖୀନ ହୋଇଥିଲା। କୋହଲି ଭାରତକୁ ୪୦ ବଲରେ ୫୦ ରନ ସ୍କୋର କରି ୧୬୮ ସ୍କୋରରେ ପହଞ୍ଚିବାରେ ସାହାଯ୍ୟ କରିଥିଲେ। କିନ୍ତୁ ୨୦୨୪ ବିଶ୍ୱକପରେ ଏହା ପ୍ରଥମ ଥର ପାଇଁ ସେମିଫାଇନାଲ ମ୍ୟାଚରେ କୋହଲି ପଚାଶ ସ୍କୋର କରିନାହାଁନ୍ତି।
ବିରାଟ କୋହଲିଙ୍କ ପାଇଁ ଟି-୨୦ ବିଶ୍ୱକପ ୨୦୨୪ ଏତେ ଖରାପ ଚାଲିଛି ଯେ, ସେ ଏପର୍ଯ୍ୟନ୍ତ ସମଗ୍ର ଟୁର୍ନାମେଣ୍ଟରେ ୧୦୦ ରନ ସ୍କୋର କରିବାରେ ସକ୍ଷମ ହୋଇ ନାହାଁନ୍ତି। କୋହଲି ଏହି ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ୭ ଇନିଂସ ଖେଳିଛନ୍ତି, ଏଥିରେ ସେ ମାତ୍ର ୭୫ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ଏହି ୭ ଇନିଂସ ମଧ୍ୟରୁ ସେ ପାଞ୍ଚ ଥର ଦୁଇଅଙ୍କ ସ୍କୋର କରିପାରିନାହାନ୍ତି ଏବଂ ଦୁଇଥର ଶୂନ ସ୍କୋରରେ ଆଉଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri